୧୬ଟି ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟରେ ଅଧିକ ପରିମାଣରେ ଥଣ୍ଡା ଅନୂଭୁତ ହେବ। ଉଭୟ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଶୀତ ପ୍ରକୋପ ବଢ଼ିବ। ଏନେଇ ରାଜ୍ୟର ୧୬ଟି ଜିଲ୍ଲାକୁ ଶୀତଲହରୀ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ବିଶେଷକରି  ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ […]

8nb

Tapas Behera
  • Published: Tuesday, 02 February 2021
  • , Updated: 02 February 2021, 04:08 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟରେ ଅଧିକ ପରିମାଣରେ ଥଣ୍ଡା ଅନୂଭୁତ ହେବ। ଉଭୟ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଶୀତ ପ୍ରକୋପ ବଢ଼ିବ। ଏନେଇ ରାଜ୍ୟର ୧୬ଟି ଜିଲ୍ଲାକୁ ଶୀତଲହରୀ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ବିଶେଷକରି  ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ

ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୪ ଘଣ୍ଟା ପଯର୍ୟନ୍ତ ଦକ୍ଷିଣ ଆଭ୍ୟନ୍ତର ଓ ଉତ୍ତର ଉପକୂଳ ଜିଲ୍ଲାରେ ଥଣ୍ଡାର ପ୍ରକୋପ ବଢ଼ିବ। ସେହିପରି କୋରାପୁଟ, ମାଲକାନଗିରିର କିଛି ସ୍ଥାନରେ ଘନ କୁହୁଡ଼ି ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।

Related story