ମାଡ଼ି ଆସୁଛି ହାଡ ଭଙ୍ଗା ଜାଡ଼!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାକୁ ମାଡ଼ି ଆସୁଛି ହାଡ ଭଙ୍ଗା ଜାଡ଼। ମଙ୍ଗଲବାର ଓ ବୁଧବାର ପ୍ରବଳ ଶୀତ ହେବ। ସେଥିପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା- ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ବଲାଙ୍ଗିର ଓ କନ୍ଧମାଳ। ସେହିପରି ୨ ଦିନ ପାଇଁ ଆଉ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା- ସୋନପୁର, […]

winter-111-750x412

winter-111-750x412

Manoranjan Sial
  • Published: Monday, 01 February 2021
  • Updated: 01 February 2021, 07:58 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାକୁ ମାଡ଼ି ଆସୁଛି ହାଡ ଭଙ୍ଗା ଜାଡ଼। ମଙ୍ଗଲବାର ଓ ବୁଧବାର ପ୍ରବଳ ଶୀତ ହେବ। ସେଥିପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା- ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ବଲାଙ୍ଗିର ଓ କନ୍ଧମାଳ। ସେହିପରି ୨ ଦିନ ପାଇଁ ଆଉ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା- ସୋନପୁର, ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ସମ୍ବଲପୁର, ଅନୁଗୋଳ ଓ ବରଗଡ଼ ଜିଲ୍ଲା।

ମହାମାରୀ କରୋନା ଭିତରେ ମାଡ଼ି ଆସିଥିଲା ବଡ଼ ଶୀଳ। ମାତ୍ର କିଛି ଦିନ ପରେ ହଠାତ ଶୀତ ଗାଏବ ହୋଇଯାଇଥିଲା। ଗ୍ରୀଷ୍ମ ପରି ତାତି ଅନୁଭୁତ ହେଉଥିଲା। ଏବେ ପୁଣି ଥରେ ଶୀତ ଲେଉଟିଛି। ସକାଳୁ ସକାଳୁ ପାରଦ ଖସିଯାଉଥିବା କାରଣରୁ ଅସମ୍ଭାଳ ଜାଡରେ ଥରୁଛନ୍ତି ଲୋକେ। ଯାହାଫଳରେ ଲୋକେ ନାହିଁନଥିବା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos