/odisha-reporter/media/post_attachments/uploads/2019/01/6-6.jpg)
school
କଟକ (ଓଡ଼ିଶା ରିପୋର୍ଟର): ଦୁଇଦିନିଆ ଭାରତ ବନ୍ଦକୁ ଦୃଷ୍ଟିରେ ରଖି ଆଜି ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଏନେଇ ଗତକାଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲା। ତେବେ ଆସନ୍ତାକାଲି ଶିକ୍ଷାନୁଷ୍ଠାନ ବନ୍ଦ ରହିବ କି ନାହିଁ ସେ ନେଇ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବେ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।
Advertisment
ଟ୍ରେଡ ୟୁନିଅନର ବନ୍ଦ ଡାକରା ଯୋଗୁ ଆଜି ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିଥିଲା। ଦୁଇଦିନିଆ ବନ୍ଦ ଡାକରା ଦିଆଯାଇଥିବାରୁ ବୁଧବାର ସ୍କୁଲ ବନ୍ଦ ରହିବ କି ନାହିଁ ଆଜି ନିଷ୍ପତ୍ତି ନିଆଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ପ୍ରଦୀପ୍ତ ମହାପାତ୍ର କହିଥିଲେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
