ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ପ୍ରତିଦିନ ଭଳି ଆଜି ମଧ୍ୟ ସେ ସାଇକେଲ୍ରେ କଲେଜ୍ ଯାଉଥିଲେ। ହଠାତ୍ ତାଙ୍କ ଉପରେ ଚଢ଼ିଗଲା ଏକ ଟ୍ରକ୍। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କ ନାଁ ମିଲି ନାୟକ। ବଲାଙ୍ଗିର ଜିଲ୍ଲା ଲକ୍ଷ୍ମୀଯୋରରେ ଘଟିଛି ଏ ଘଟଣା।
ଆଜି ସକାଳେ ମିଲି ନିଜ ଗାଁରୁ ସାଇକେଲ୍ ଯୋଗେ କଲେଜକୁ ଯାଉଥିଲେ। ସେ ବଲାଙ୍ଗିର ସରକାରୀ ଯୁକ୍ତ ଦୁଇ କଲେଜରେ ପଢ଼ୁଥିଲେ। ଲକ୍ଷ୍ମୀଜୋର ବ୍ରିଜ୍ ଉପରେ ଏକ ଟ୍ରକ୍ ତାଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଫେରାର ହୋଇଯାଇଛି।
ଦୁର୍ଘଟଣାକୁ କେନ୍ଦ୍ରକରି ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତିପୂରଣ ଦାବିରେ ଗାନ୍ଧିନଗର ଛକରେ ମୃତଦେହ ରଖି ସ୍ଥାନୀୟ ଲୋକଙ୍କ ସହ କଲେଜ ଛାତ୍ରଛାତ୍ରୀ ରାସ୍ତାରୋକ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।