ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ‘କରୋନା’କୁ ପ୍ରତିହତ କରିବା ପାଇଁ ମାସ୍କ ପିନ୍ଧିବା ଜରୁରୀ। ମାତ୍ର ଏହି ନିୟମକୁ କେତେକ ଲୋକ ମାନୁ ନାହାନ୍ତି। ଏଥିପାଇଁ ଜୋରିମାନା ଆଦାୟ କରାଯାଉଥିଲେ ମଧ୍ୟ ସେମାନଙ୍କ ଚରିତ୍ରରେ ପରିବର୍ତ୍ତନ ଆସୁନି। ସେପରି ଲୋକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କଟକ-ଭୁବନେଶ୍ୱର ପୁଲିସ କମିଶନର ଡକ୍ଟର ସୁଧାଂଶୁ ଷଡଙ୍ଗୀ କହିଛନ୍ତି।
ମାସ୍କ ପିନ୍ଧିବାକୁ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି-“ମାସ୍କ ପିନ୍ଧନ୍ତୁ ଓ ସାମାଜିକ ଦୂରତ୍ୱ ରଖନ୍ତୁ। ବାହାରେ ଛେପ ପକାନ୍ତୁନି। ହେଲ୍ମେଟ୍ ନପିନ୍ଧି ପାଖରେ ରଖିବା ପରି ମାସ୍କକୁ ନପିନ୍ଧି ଓଳାନ୍ତୁ ନାହିଁ। ମାସ୍କ ପିନ୍ଧିଲେ ଆପଣ ଓ ଆପଣଙ୍କ ପରିବାର ସୁସ୍ଥ ରହିବେ। ଅନ୍ୟର ସୁରକ୍ଷା ପାଇଁ ମାସ୍କ ପିନ୍ଧନ୍ତୁ। ଲକ୍ ଡାଉନ୍ କୋହଳର ମାନେ ନୁହେଁ ଯେ କରୋନା ପଳାଇଲା। କରୋନା ଅଛି, ଆମକୁ ଅଧିକ ସତର୍କ ରହିବାକୁ ପଡ଼ିବ। ଲୋକଙ୍କୁ ସଚେତନତା ପାଇଁ ମାଇକ ଯୋଗେ ପ୍ରଚାର କରାଯିବ। ଲୋକଙ୍କୁ ସଚେତନ କରିବାକୁ ସବୁ ସ୍ତରରେ ଉଦ୍ୟମ ହେବା ଦରକାର।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?
Events & Festivals
ମହାରାଜ କଂସଙ୍କ ନିମନ୍ତ୍ରଣ, ଧନୁଯାତ୍ରା ଦେଖିବାକୁ ଯିବେ ମୁଖ୍ୟମନ୍ତ୍ରୀ
ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ସାମିଲ ହେବାକୁ ସନ୍ଧ୍ୟାରେ ବରଗଡ଼ରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ l
Miscellaneous
ନକ୍ସଲ ଡମ୍ପ ଠାବ; ବନ୍ଧୁକ ଓ ଗୁଳି ଜବତ
ସାଧାରଣ ଲୋକଙ୍କୁ ଅବା ସୁରକ୍ଷା କର୍ମଚାରୀଙ୍କୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ନକ୍ସଲମାନେ ଏହି ଡମ୍ପକୁ ବ୍ୟବହାର କରିଥା’ନ୍ତେ ବୋଲି ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ମାଲକାନଗିରି ଏସ୍ପି।
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।