ବରିଷ୍ଠ ଅଧିକାରୀଙ୍କୁ କରୋନା; ସାଧାରଣ ଲୋକଙ୍କୁ ସରକାରୀ ଅଫିସ୍ ମନା

ଯାଜପୁର (ଓଡ଼ିଶା ରିପୋର୍ଟର): ଯାଜପୁରରେ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ୪୮ ଘଣ୍ଟା ମଧ୍ୟରେ ଜିଲ୍ଲାରେ ୮୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୮୧ ଜଣଙ୍କ ମଧ୍ୟରେ ଜଣେ ବରିଷ୍ଠ ସରକାରୀ ଅଫିସର ଥିବା ଜଣାପଡ଼ିଛି। ଏଥିପାଇଁ ଯାଜପୁର ଜିଲ୍ଲାରେ ସାଧାରଣ ଲୋକଙ୍କୁ ସରକାରୀ ଅଫିସ୍ ଯିବା ପାଇଁ କଟକଣା ଲଗାଇଛନ୍ତି ଯାଜପୁର ଜିଲ୍ଲାପାଳ। ଯାଜପୁରର ସବୁ ସରକାରୀ ଅଫିସ୍ ନିମନ୍ତେ ଏହି କଟକଣା ଲାଗୁ କରାଯାଇଛି। ୮ ତାରିଖ ମଧ୍ୟରାତ୍ର […]

corona-18-1

corona-18-1

Tapaswini Nayak
  • Published: Monday, 29 June 2020
  • Updated: 29 June 2020, 02:26 PM IST

Sports

Latest News

ଯାଜପୁର (ଓଡ଼ିଶା ରିପୋର୍ଟର): ଯାଜପୁରରେ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ୪୮ ଘଣ୍ଟା ମଧ୍ୟରେ ଜିଲ୍ଲାରେ ୮୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୮୧ ଜଣଙ୍କ ମଧ୍ୟରେ ଜଣେ ବରିଷ୍ଠ ସରକାରୀ ଅଫିସର ଥିବା ଜଣାପଡ଼ିଛି। ଏଥିପାଇଁ ଯାଜପୁର ଜିଲ୍ଲାରେ ସାଧାରଣ ଲୋକଙ୍କୁ ସରକାରୀ ଅଫିସ୍ ଯିବା ପାଇଁ କଟକଣା ଲଗାଇଛନ୍ତି ଯାଜପୁର ଜିଲ୍ଲାପାଳ। ଯାଜପୁରର ସବୁ ସରକାରୀ ଅଫିସ୍ ନିମନ୍ତେ ଏହି କଟକଣା ଲାଗୁ କରାଯାଇଛି। ୮ ତାରିଖ ମଧ୍ୟରାତ୍ର ଯାଏ ଅଫିସ ଯିବାକୁ ବାରଣ କରାଯାଇଛି।

ସୂଚନାଯୋଗ୍ୟ, ଯାଜପୁର ଜିଲ୍ଲାରେ ୪୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୫୧ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟମାନେ ବିଭିନ୍ନ କୋଭିଡ ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos