ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ଦିନକୁ ଦିନ ରାଉରକେଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେଣୁ ପ୍ରଶାସନ ପକ୍ଷରୁ ବିଭିନ୍ନ ସତର୍କତା ମୂଳକ ପଦକ୍ଷେପ ନିଆଯାଉଛି । ଏହି ପରିପେକ୍ଷୀରେ ଆଜିଠୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଜନସାଧାରଣଙ୍କୁ ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟ ଆସିବାକୁ ବାରଣ କରାଯାଇଛି। କୌଣସି ଆବେଦନ, ପେମେଣ୍ଟ ଆଦି କରିବାକୁ ଥିଲେ ଅନ୍ଲାଇନ୍ରେ କରିବାକୁ ପରାମର୍ଶ ଦିଆଯାଇଛି। ଏଥିଲାଗି ମହାନଗର ନିଗମ ସ୍ୱତନ୍ତ୍ର ଇ ମେଲ୍ ଆଇଡି ମଧ୍ୟ ଜାରି କରିଛି। ଏମିତିକି କୌଣସି ଅଭିଯୋଗ ଥିଲେ କାର୍ଯ୍ୟାଳୟ ବାହାରେ ଥିବା ଅଭିଯୋଗ ବାକ୍ସରେ ପକାଇବାକୁ ମହାନଗର ନିଗମ ଡେପୁଟି କମିଶନର ସୁଧାଂଶୁ ଭୋଇ କହିଛନ୍ତି।
ସେହିପରି ରାଉରକେଲା ପାନପୋଷ ଉପଜିଲ୍ଲାପାଳ କାର୍ଯ୍ୟାଳୟକୁ ମଧ୍ୟ ଜନସାଧାରଣଙ୍କୁ ୭ଦିନ ନଆସିବାକୁ ପରାମର୍ଶ ଦିଆଯାଇଛି। ଯେଉଁମାନଙ୍କ କାମ ଅଛି ସେମାନେ ଅନ୍ଲାଇନରେ ଯୋଗାଯୋଗ କରିବାକୁ ପାନପୋଷ ଉପଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ର କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।