ବାଲେଶ୍ୱର (ରଞ୍ଜିତ୍ ପାକଳ) : ବାଲେଶ୍ୱର ଜିଲ୍ଲାର ବିଭିନ୍ନ ହାଇସ୍କୁଲରେ କମ୍ପ୍ୟୁଟର ତାଲିମ ଦେଉଥିବା ଶିକ୍ଷକ ମାନେ ଭୋଟ ବର୍ଜନ କରିବାକୁ ଚେତାବନୀ ଦେଇଛନ୍ତି। ଶିକ୍ଷକମାନଙ୍କୁ ପୁନଃ ନିଯୁକ୍ତି ଦିଆ ନଗଲେ ସେମାନେ ସପରିବାର ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି।
ଜିଲ୍ଲାର ବିଭିନ୍ନ ହାଇସ୍କୁଲରେ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ କମ୍ପ୍ୟୁଟର ତାଲିମ ଦେବାଲାଗି ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା। ସରକାରଙ୍କ ଅନୁମୋଦିତ ଆଇ.ଏଲ.ଏଫ.ଏସ. ଠିକା ସଂସ୍ଥା ଅଧିନରେ ଶିକ୍ଷକ ମାନେ ୫ବର୍ଷ ଧରି କାର୍ଯ୍ୟ କଲେ। ହେଲେ ଏବେ ଏହି ସଂସ୍ଥା ସେମାନଙ୍କୁ ଛଟେଇ କରିଦେଇଛି।
ଏ ନେଇ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଅଭିଯୋଗ କରିବା ସହ ୪ ଦଫା ଦାବି ପତ୍ର ପ୍ରଦାନ କରିଛି ସଂଘ। ଯଦି ସମୟ ସୀମା ଭିତରେ ସରକାରୀ ପଦକ୍ଷେପ ନ ନିଆଯାଏ, ତା’ହେଲେ ଶିକ୍ଷକମାନେ ସେମାନଙ୍କ ପରିବାର ସମେତ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଚତୁର୍ଥ ପର୍ଯ୍ୟାୟରେ ଏପ୍ରିଲ ୨୯ ତାରିଖରେ ବାଲେଶ୍ୱରରେ ଭୋଟ ଗ୍ରହଣ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।