ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର)ଭୋଟ ଗଣତି ପୂର୍ବରୁ ଗୁଳିମାଡ଼। ନିର୍ବାଚନ ଫଳାଫଳ ଆସିବାର କେଇ ଘଣ୍ଟା ପୂର୍ବରୁ ଆସିକା ପ୍ରାର୍ଥୀଙ୍କୁ ଗୁଳିମାଡ଼ ହୋଇଛି। ଆସିକାର ବିଧାନସଭା କଂଗ୍ରେସ ପ୍ରାର୍ଥୀ ମନୋଜ ଜେନାଙ୍କୁ କେହି ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ବ୍ରହ୍ମପୁର ଲାଞ୍ଜିପଲ୍ଲୀ ନିକଟରେ ତାଙ୍କୁ ଆକ୍ରମଣ ହୋଇଛି।
୪ ଜଣ ଦୁର୍ବୃତ୍ତ ବାଇକ୍ରେ ଆସି ମନୋଜଙ୍କୁ ଗୁଳି କରି ଫେରାର ହୋଇଯାଇଥିବା ସୂଚନା ମିଳିଛି ।ମନୋଜଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଗୁଳିମାଡ଼ର କାରଣ ଜଣାପଡ଼ି ନାହିଁ।
ସେପଟେ ଗୁଳିକାଣ୍ଡ ପରେ ଫେରାର ମାରିଥିବା ଦୁର୍ବୃତ୍ତମାନେ ଗୋଳନ୍ଥରାରେ ଜଣେ ନାବାଳକକୁ ଧକ୍କା ଦେଇଥିବା ସୂଚନା ମିଳିିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ସେମାନେ ଏକ ମୋଟର ସାଇକେଲ ଓ ଦୁଇଟି ମାଉଜର ଫିଙ୍ଗି ଛୁ ମାରିଛନ୍ତି। ଦୁର୍ଘଟଣାରେ ଆହତ ନାବାଳକ ଜଣକ ଗୁରୁତର ରହିଛି। ପୁଲିସ ଦୁର୍ବୃତ୍ତଙ୍କୁ ଧରିବା ଲାଗି ତନାଘନା ଜାରି ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ପବିତ୍ର ବଡ଼ଦିନ; ଧରା ଅବତରଣ କଲେ ପ୍ରଭୁ ଯୀଶୁ
କ୍ରିସମାସ ଉପଲକ୍ଷେ ପୁରୀ ବେଳାଭୂମିରେ ବିଶ୍ୱର ସର୍ବବୃହତ ବାଲୁକା କଳା ହୋଇଛି। ଯାହା ୱାଲ୍ଡ ରେକର୍ଡ BOOKS OF INDIAରେ ସ୍ଥାନ ପାଇଛି।
Politics
ଆମ୍ବେଦକରଙ୍କୁ ନେଇ କଂଗ୍ରେସ କୁମ୍ଭୀର କାନ୍ଦଣା କାନ୍ଦୁଛି: ମୁଖ୍ୟମନ୍ତ୍ରୀ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିବୃତିକୁ କଦର୍ଥ ଏବଂ ବିକୃତ କରି କଂଗ୍ରେସ ନିଜର ରାଜନୈତିକ ଆଶା ପୂରଣ କରିବାକୁ ଚେଷ୍ଟା କରୁଛି କହିଲେ ମୁଖ୍ୟମନ୍ତ୍ରୀ।
Crime
ରିଟାର୍ଡ ଆଇଏଏସ୍ ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ସଶ୍ରମ ଜେଲ୍
୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ୨୦୨୨ ମସିହାରେ ଚାକିରିରୁ ବହିଷ୍କୃତ କରିଥିଲେ। ଓଆରଏଚଡିସି ଦୁର୍ନୀତି ଓ ଅର୍ଥ ତୋଷାରପାତ ମାମଲାରେ ଏହି ସଂସ୍ଥାର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଦଶମ ଥର ପାଇଁ ଦୋଷୀସାବ୍ୟସ୍ତ ହୋଇଛନ୍ତି।
Miscellaneous
ପ୍ରବାସୀ ଭାରତୀୟ ଦିବସ: ୯ରେ ପ୍ରଧାନମନ୍ତ୍ରୀ, ୧୦ରେ ଆସିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ। ଭୁବନେଶ୍ୱରକୁ ସୁନ୍ଦର କରିବାକୁ ପ୍ରୟାସ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।
Miscellaneous
ରଘୁବର ଦାସ ହଟିଲେ, ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି
ମିଜେରାମର ରାଜ୍ୟପାଳ ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।