ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି କଂଗ୍ରେସ ଦଳରୁ ଇସ୍ତଫା ଦେଇଥିବା ନେତା ବିଭୁ ପ୍ରସାଦ ତରାଇ ଆଜି ବିଜେପିରେ ଯୋଗଦେଇଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଶ୍ୱଭୂଷଣ ହରିଚନ୍ଦନ ଓ ସମୀର ମହାନ୍ତିଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି।
ଗତକାଲି ବିଭୁ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଦଳ ତାଙ୍କୁ ତିର୍ତ୍ତୋଲ ବିଧାନସଭା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ଶ୍ରୀ ତରାଇ ଜଗତସିଂହପୁର ଲୋକସଭା ଆସନରୁ ଲଢ଼ିବାକୁ ଆଗ୍ରହୀ ଥିଲେ। ସେ ଏନେଇ ଦଳର ନେତୃବୃନ୍ଦଙ୍କୁ ଅବଗତ କରିଥିଲେ। କିନ୍ତୁ ତାଙ୍କୁ ଦଳ ତିର୍ତ୍ତୋଲ ବିଧାନସଭା ଆସନରେ ଲଢ଼ିବା ପାଇଁ ଚାପ ପକାଇବାରୁ ସେ ବାଧ୍ୟ ହୋଇ ଦଳରୁ ଇସ୍ତଫା ଦେଇଛନ୍ତି ବୋଲି ନିଜର ଇସ୍ତଫା ପତ୍ରରେ ଦର୍ଶାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।