ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରାଜ୍ୟ କଂଗ୍ରେସର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିବା ବେଳେ ବରିଷ୍ଠ କଂଗ୍ରେସ ନେତା ଦିଗ୍ବିଜୟ ସିଂହ ଏଥିରେ ଯୋଗ ଦେଇଛନ୍ତି। ଏହି ଅବସରରେ ସେ କେନ୍ଦ୍ର ସରକାର ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ୍ଙ୍କୁ ଟାର୍ଗେଟ କରିଛନ୍ତି। କହିଛନ୍ତି ଓଡ଼ିଶାରେ ଜଣେ ପ୍ରଶାସକ ପାଣ୍ଡିଆନ୍ ରାଜ୍ୟ ଚଳାଉଛନ୍ତି। ପାଣ୍ଡିଆନଙ୍କ ଶକ୍ତିକୁ ମୁଁ ଅନ୍ଦାଜ ଲଗାଇ ପାରୁନି। ସେ 5T ସଚିବ ଅଛନ୍ତି।
ସବୁ ବିଭାଗକୁ ନିଜ ଅଧୀନକୁ ନେଇଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ମନ୍ତ୍ରୀ କିମ୍ବା MP ଦେଖା କରିପାରୁନାହାନ୍ତି। ନବୀନଙ୍କୁ କେବଳ ପାଣ୍ଡିଆନ ହିଁ ଦେଖା କରିପାରୁଛନ୍ତି। ସବୁ କଥାରେ କେନ୍ଦ୍ରକୁ ସମର୍ଥନ କରୁଛନ୍ତି ନବୀନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି ଦିଗ୍ବିଜୟ। କହିଛନ୍ତି ଅନ୍ୟ ସମସ୍ୟାରୁ ଦୃଷ୍ଟି ହଟାଇବାକୁ CAA, NRC ଲାଗୁ କରିଛନ୍ତି। ଦେଶରେ CAAର ଆବଶ୍ୟକତା ନାହିଁ ବୋଲି ଦିଗବିଜୟ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।