ପୁରୀ(ମଧୁସୂଦନ ମିଶ୍ର): ବାତ୍ୟା ‘ଫୋନି’ରେ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ସହରରେ କିଭଳି ସ୍ୱାସ୍ଥ୍ୟସେବା ଚାଲିଛି ସେନେଇ ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ ସ୍ଥିତି ପରଖିଛନ୍ତି। ସେ ଜିଲ୍ଲା ସଦର ଚିକିତ୍ସାଳୟରେ ଆହତଙ୍କୁ ଭେଟି କିଭଳି ଚିକିତ୍ସା ଚାଲିଛି ପଚାରି ବୁଝିଥିଲେ। ଏହାପରେ ଉନ୍ନତ ଚିକିତ୍ସା ସେବା ଯୋଗାଇ ଦେବା ଦିଗରେ ସରକାରଙ୍କ ଆନ୍ତରିକତାକୁ ନେଇ ସେ ପ୍ରଶ୍ନ ଉଠାଇଥିଲେ।
କେନ୍ଦ୍ରରେ ଉପା ସରକାର ଥିବା ବେଳେ ପୁରୀରେ ମେଡିକାଲ୍ କଲେଜ ଓ ହସ୍ପିଟାଲ ନିର୍ମାଣ ପାଇଁ ସେ ସୁପାରିଶ କରିଥିଲେ। ହେଲେ ଗତ ସାଢ଼େ ୫ ବର୍ଷ ଭିତରେ ତାହା ସମ୍ଭବ ହୋଇପାରିଲା ନାହିଁ ବୋଲି ଗୁଲାମ ନବୀ କହିଛନ୍ତି। ଏବେବି ପୁରୁଣା କୋଠାରେ ଚିକିତ୍ସା ଚାଲିଥିବା ବେଳେ ଶିଶୁଙ୍କ ପାଇଁ କେବଳ ଗୋଟିଏ ବିଲ୍ଡିଂ କାର୍ଯ୍ୟ କରୁଥିବାରୁ ସେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ଓଡ଼ିଶାରେ ସ୍ୱାସ୍ଥ୍ୟ ଓ ଶିକ୍ଷା ଆଦି କ୍ଷେତ୍ରରେ ବିକାଶ ପାଇଁ ସରକାରଙ୍କ କୌଣସି ଆନ୍ତରିକତା ନଥିବା ଗୁଲାମ ନବୀ ଆଜାଦ ଅଭିଯୋଗ କରିଛନ୍ତି। ତେବେ ଏନେଇ ସରକାରଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ ଦେବାକୁ ମନା କରିବାରୁ ମାଡ଼; ବାର୍ କର୍ମଚାରୀ ଗୁରୁତର
ବାର୍ ବନ୍ଦ ହେଉଥିବାରୁ ମଦ ଦେବାକୁ ମନା କଲେ କର୍ମଚାରୀ। ଏଥିରେ ଉତ୍ତ୍ୟକ୍ତ ହୋଇ ସଂଘବଦ୍ଧ ଭାବେ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ ୪ ଯୁବକ ।
Crime
ନାବାଳକଙ୍କ ପାଦ ତଳେ ତୁଳସୀ ଲାଗି ଘଟଣା; ମାମଲା ରୁଜୁ କଲା ଶିଶୁ ଆୟୋଗ
ପ୍ୟାଣ୍ଟସାର୍ଟ ପିନ୍ଧି ଚୌକିରେ ବସିଥିବା ଜଣେ ନାବାଳକଙ୍କୁ ଏପରି ପୂଜାର୍ଚ୍ଚନା କରାଯିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଏହି ଘଟଣାରେ ନିଜ ଆଡୁ ମାମଲା ରୁଜୁ କରିଛି ଶିଶୁ ଆୟୋଗ।
Miscellaneous
ସରକାର ଦେଉଛନ୍ତି ୟୁନିଫର୍ମ ଓ ଜୋତା; ପିଲାଙ୍କୁ ମିଳୁନି, ଡମ୍ପିଂୟାର୍ଡକୁ ଯାଉଛି
ଛୋଟ ଛୋଟ ପିଲାଙ୍କୁ ସ୍କୁଲମୁହାଁ କରିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ରାଜ୍ୟ ସରକାର । ସେମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରିବାଠୁ ଆରମ୍ଭ କରି ୟୁନିଫର୍ମ ଡ୍ରେସ ଓ ଜୋତା ବି ଯୋଗାଇ ଦେଉଛନ୍ତି। ମାତ୍ର ଏହି ଡ୍ରେସ୍ ଓ ଜୋତା ପିଲାଙ୍କୁ ମିଳିବା ପରିବର୍ତ୍ତେ ଯାଉଛି ଡମ୍ଫିୟାର୍ଡ ।
Accident
ଘରକୁ ଫେରୁଥିଲେ ଦୁଇ ଯୁବକ, ରାତି ଅଧରେ ପିଟିଲା ଅଜଣା ଗାଡ଼ି
ଉଭୟ ପାରାଦୀପ ଯାଇଥିବା ବେଳେ ସେଠାରୁ ଘରକୁ ଫେରୁଥିଲେ । ମାତ୍ର ବିଳମ୍ବିତ ରାତିରେ ଉଭୟଙ୍କ ବାଇକ୍କୁ ଏକ ଅଜଣା ଗାଡ଼ି ପିଟି ଦେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲା
Miscellaneous
ଜମୁଛି ଛାଡ଼ଖାଇ, ଆମିଷ ବଜାରରେ ପ୍ରବଳ ଭିଡ଼
ଆଜି ରବିବାର ହୋଇଥିବାରୁ ଆମିଷପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଆମିଷ ବଜାରରେ ଭିଡ଼ ଜମିଛି।