Advertisment

ତାରା ବାହିନୀପତି ଡାକ୍ତରଖାନାରେ ଭର୍ତ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ତାଙ୍କ ପତ୍ନୀ ମୀନାକ୍ଷୀ ବାହିନୀପତି ଏହି ସୂଚନା ଦେଇଛନ୍ତି। ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଗତକାଲି ତାରା ପ୍ରସାଦ ବାହିନୀପତି କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। କୋଭିଡ୍‌ର ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରାଇଥିଲେ। ରିପୋର୍ଟ ପିଜିଟିଭ୍ ଆସିବା ପରେ ସେ କିଛି ଦିନ ବ୍ୟବଧାନରେ ତାଙ୍କ […]

author-image
Jitendra Garnayak
ଅଦ୍ୟତନ ହୋଇଛି
ଆତ୍ମହତ୍ୟା ଧମକ ଦେଲେ ତାରା

Tara Prasad Bahinipati

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ତାଙ୍କ ପତ୍ନୀ ମୀନାକ୍ଷୀ ବାହିନୀପତି ଏହି ସୂଚନା ଦେଇଛନ୍ତି। ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି।

Advertisment

ଗତକାଲି ତାରା ପ୍ରସାଦ ବାହିନୀପତି କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। କୋଭିଡ୍‌ର ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରାଇଥିଲେ। ରିପୋର୍ଟ ପିଜିଟିଭ୍ ଆସିବା ପରେ ସେ କିଛି ଦିନ ବ୍ୟବଧାନରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇ ନେବାକୁ ଅନୁରୋଧ କରିଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଚିନ୍ତା ପ୍ରକଟ କରିବା ସହିତ ଆଶୁ ଆରୋଗ୍ୟ କାମନା କରିଛି।

Advertisment

ସୂଚନାଯୋଗ୍ୟ, ଗତକାଲି ମାହାଙ୍ଗାର ପୂର୍ବତନ ବିଧାୟକ ତଥା ପୂର୍ବତନ କାଜୁ ନିଗମ ଅଧ୍ୟକ୍ଷ ବିକ୍ରମ କେଶରୀ ବର୍ମାଙ୍କର ପରଲୋକ ହୋଇଥିଲା। ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ ଥିଲେ। । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ସ୍ୱର୍ଗତ ବିକ୍ରମ କେଶରୀ ବର୍ମା ମାହାଙ୍ଗାରୁ ବିଜୁ ଜନତା ଦଳ ଟିକେଟ୍‌ରେ ୨୦୦୪ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Tara Prasad Bahinipati