ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ ୪ଟି ନିର୍ବାଚନରେ ଓଡ଼ିଶାରେ କ୍ରମାଗତ ଭାବେ ଅମାନତ ହରାଇଛି କଂଗ୍ରେସ। ୨୦୦୪ ମସିହା ସାଧାରଣ ନିର୍ବାଚନରେ ଦଳ ରାଜ୍ୟ ବିଧାନସଭାରେ ୩୮ଟି ସିଟ୍ ହାସଲ କରି ୩୪.୮୨ ପ୍ରତିଶତ ଭୋଟ୍ ସହ ଦ୍ୱିତୀୟ ସ୍ଥାନରେ ରହିଥିଲା । ତେବେ ଏହାର ଠିକ୍ ପାଞ୍ଚ ବର୍ଷ ପରେ ଦଳ ୧୧ଟି ସିଟ୍ ତଳକୁ ଖସି ଆସିଥିଲା।
୨୦୦୯ରେ ମାତ୍ର ୨୭ ଆସନ ସହ ୨୯.୧୦ ପ୍ରତିଶତ ଭୋଟ୍ରେ ସୀମିତ ଥିଲା କଂଗ୍ରେସ। ଏହାପରେ ୨୦୧୪ ନିର୍ବାଚନରେ ବି ମାତ୍ର ୧୬ଟି ସିଟ୍ ଜିତି ପାରିଥିଲା କଂଗ୍ରେସ। ଆଉ ଭୋଟ୍ ପ୍ରତିଶତ ଥିଲା ମାତ୍ର ୨୫.୭ ପ୍ରତିଶତ।
ତେବେ ୨୦୧୯ ନିର୍ବାଚନରେ ସବୁଠୁ ଅଧିକ କ୍ଷତି ସହିବା ସହ ଦୁଇ ଅଙ୍କକୁ ଛୁଇଁ ପାରିନି ରାଜ୍ୟ କଂଗ୍ରେସ। ୯ଟି ସିଟ୍ ସହ ଦଳକୁ ମାତ୍ର ୧୬.୧୨ ପ୍ରତିଶତ ଭୋଟ୍ ମିଳିଛି। ଏହା ସହ କଂଗ୍ରେସ ତୃତୀୟ ସ୍ଥାନରେ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆମ୍ବେଦକରଙ୍କୁ ନେଇ କଂଗ୍ରେସ କୁମ୍ଭୀର କାନ୍ଦଣା କାନ୍ଦୁଛି: ମୁଖ୍ୟମନ୍ତ୍ରୀ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିବୃତିକୁ କଦର୍ଥ ଏବଂ ବିକୃତ କରି କଂଗ୍ରେସ ନିଜର ରାଜନୈତିକ ଆଶା ପୂରଣ କରିବାକୁ ଚେଷ୍ଟା କରୁଛି କହିଲେ ମୁଖ୍ୟମନ୍ତ୍ରୀ।
Crime
ରିଟାର୍ଡ ଆଇଏଏସ୍ ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ସଶ୍ରମ ଜେଲ୍
୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ୨୦୨୨ ମସିହାରେ ଚାକିରିରୁ ବହିଷ୍କୃତ କରିଥିଲେ। ଓଆରଏଚଡିସି ଦୁର୍ନୀତି ଓ ଅର୍ଥ ତୋଷାରପାତ ମାମଲାରେ ଏହି ସଂସ୍ଥାର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଦଶମ ଥର ପାଇଁ ଦୋଷୀସାବ୍ୟସ୍ତ ହୋଇଛନ୍ତି।
Miscellaneous
ପ୍ରବାସୀ ଭାରତୀୟ ଦିବସ: ୯ରେ ପ୍ରଧାନମନ୍ତ୍ରୀ, ୧୦ରେ ଆସିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ। ଭୁବନେଶ୍ୱରକୁ ସୁନ୍ଦର କରିବାକୁ ପ୍ରୟାସ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।
Miscellaneous
ରଘୁବର ଦାସ ହଟିଲେ, ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି
ମିଜେରାମର ରାଜ୍ୟପାଳ ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।
Weather
ଆହୁରି ୪୮ ଘଣ୍ଟା ବର୍ଷା! ତା'ପରେ ବଢ଼ିବ ଶୀତ
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ୪୮ ଘଣ୍ଟା ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏଁ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।