ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆତ୍ମହତ୍ୟା ଧମକ ଦେଲେ ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି। ରାଜ୍ୟ ସରକାର ସ୍କୁଲ ବନ୍ଦ ନିଷ୍ପତ୍ତି ନ ବଦଳାଇଲେ ବାଚସ୍ପତିଙ୍କ ଆଗରେ ବେକ କାଟି ଆତ୍ମହତ୍ୟା କରିବେ ବୋଲି ଆଜି ସେ ଧମକ ଦେଇଛନ୍ତି।
ତାରା କହିଛନ୍ତି, ରାଜ୍ୟରେ ୧୪ ହଜାର ସ୍କୁଲ ବନ୍ଦ ପଡ଼ିଛି। ପିଲାଙ୍କର ଶିକ୍ଷାଲାଭ କରିବା ଅଧିକାର ଅଛି। କାହିଁକି ସେମାନଙ୍କ ଅଧିକାରକୁ ସରକାର ଛଡ଼ାଇ ନେଇଛନ୍ତି। ଯଦି ସ୍କୁଲ ଶୀଘ୍ର ନ ଖୋଲାଯାଏ ବା ଏହି ନିଷ୍ପତ୍ତି ନ ବଦଳା ଯାଏ, ତା’ହେଲେ ସେ ବାଚସ୍ପତିଙ୍କ ଆଗରେ ବେକ କାଟି ଦେବେ।
ସେହିପରି ପୁରୀ ହାଜତ ମୃତ୍ୟୁ ଘଟଣାକୁ ନେଇ ମଧ୍ୟ ତାରା ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ପୁରୀ ଏସପି ଓ ମାଲକାନଗିରି ଜିଲ୍ଲାପାଳଙ୍କୁ ବଦଳି କରାଯାଇଛି । ବଦଳି କରିଦେଲେ କ’ଣ ହେବ । ବଦଳି କରିବା ଦଣ୍ଡ ନୁହେଁ । ତାଙ୍କୁ ଶୀଘ୍ର ନିଲମ୍ବିତ କରିବା ସହ ଧାରା ୩୦୨ ଆକ୍ଟରେ ଗିରଫ କରାଯାଉ । ଏହାଦ୍ୱାରା ସାଧାରଣ ଲୋକଙ୍କୁ ନ୍ୟାୟ ମିଳିବ । ଯେଉଁ ପର୍ଯ୍ୟନ୍ତ ତାଙ୍କୁ ଗିରଫ କରାଯାଇ ନାହିଁ ସେ ପର୍ଯ୍ୟନ୍ତ ବିଧାନସଭା ଚାଲିବାକୁ ଦିଆଯିବନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।
Miscellaneous
ଜାନୁଆରୀ ୫ରୁ ଆଦିବାସୀ ମେଳା, ପ୍ରବାସୀ ବି ଦେଖିବେ ଓଡ଼ିଶାର ଆଦିବାସୀ ସଂସ୍କୃତି
ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଛନ୍ତି। ଆଦିବାସୀଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର।