ରାହୁଲଙ୍କ ଓଡ଼ିଶା ଗସ୍ତ ବାତିଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଂଗ୍ରେସ ସଭାପତି ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି। ଆଜି କନ୍ଧମାଳ ଜିଲ୍ଲା ଫୁଲବାଣୀରେ ଆୟୋଜିତ ସାଧାରଣ ସଭାରେ ରାହୁଲଙ୍କ କାର୍ଯ୍ୟକ୍ରମ ଥିଲା। ତେବେ ଏହି କାର୍ଯ୍ୟକ୍ରମ ବାତିଲ କରାଯାଇଛି।

କନ୍ଧମାଳ ଲୋକସଭା ଆସନରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ଅନ୍ୟ ସମସ୍ତ ପ୍ରାର୍ଥୀଙ୍କ ପକ୍ଷରୁ ଜୋରସୋରରେ ପ୍ରଚାର ଚାଲିଛି। ଆଜି ଆସାମ ଏବଂ ବିହାରରେ ରାହୁଲଙ୍କର ପ୍ରଚାର କାର୍ଯ୍ୟକ୍ରମ ରହିଛି।