କଂଗ୍ରେସର ଧର୍ମଘଟ: ସାଢ଼େ ୯ଟା ସୁଦ୍ଧା ଅଫିସ୍ ଆସିବାକୁ କର୍ମଚାରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ନ୍ୟାୟ ପ୍ରଦାନ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆସନ୍ତାକାଲି କଂଗ୍ରେସର ୬ ଘଣ୍ଟିଆ ଧର୍ମଘଟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିଷେଧକମୂଳକ ପଦକ୍ଷେପ ନିଆଯାଇଛି। ରାଜ୍ୟ ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ଓ ବିଭାଗୀୟ ମୁଖ୍ୟ ଦପ୍ତରରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା ଅଫିସ୍ ଆସିବା ପାଇଁ ନିର୍ଦ୍ଦେଶ ଜାରି ହୋଇଛି। ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ସନ୍ତୋଷ […]

office

Ordigital Desk
  • Published: Thursday, 11 November 2021
  • , Updated: 11 November 2021, 07:38 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ନ୍ୟାୟ ପ୍ରଦାନ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆସନ୍ତାକାଲି କଂଗ୍ରେସର ୬ ଘଣ୍ଟିଆ ଧର୍ମଘଟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିଷେଧକମୂଳକ ପଦକ୍ଷେପ ନିଆଯାଇଛି। ରାଜ୍ୟ ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ଓ ବିଭାଗୀୟ ମୁଖ୍ୟ ଦପ୍ତରରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା ଅଫିସ୍ ଆସିବା ପାଇଁ ନିର୍ଦ୍ଦେଶ ଜାରି ହୋଇଛି।

ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ସନ୍ତୋଷ ବାଲା ଆଜି ସମସ୍ତ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ସଚିବମାନଙ୍କୁ ଚିଠି ଲେଖି କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଦିଆଯାଇଥିବା ୬ଘଣ୍ଟିଆ ବନ୍ଦ ଡାକରା ସମ୍ପର୍କରେ ଅବଗତ କରାଇଛନ୍ତି। କଂଗ୍ରେସ ସକାଳ ୬ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ଏହି ଓଡ଼ିଶା ବନ୍ଦ ପାଳନ କରିବ। ଯାହାଫଳରେ ବ୍ୟବସାୟିକ ପ୍ରତିଷ୍ଠାନ, ବଜାର, କେନ୍ଦ୍ର ଓ ରାଜ୍ୟ ସରକାରୀ ଅଫିସ, ପେଟ୍ରୋଲ ପମ୍ପ, ବ୍ୟାଙ୍କ ଓ ଆର୍ଥିକ ପ୍ରତିଷ୍ଠାନଗୁଡ଼ିକ, କୋର୍ଟ ଓ ପରିବହନ ବ୍ୟବସ୍ଥା ଆଦିକୁ ସେମାନେ ବନ୍ଦ କରିବାର ଆଶଙ୍କା ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ସମସ୍ତ ଅଫିସର ଓ କର୍ମଚାରୀମାନଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା ଅଫିସ୍ ଆସିବା ପାଇଁ ପରାମର୍ଶ ଦିଆଯାଇଛି।

ଆସନ୍ତାକାଲି ଲୋକସେବା ଭବନର ମୁଖ୍ୟ ଗେଟ୍ ୧୦ଟା ୧୫ମିନିଟରେ ବନ୍ଦ ହୋଇଯିବ। ଯାତାୟତ ପାଇଁ ପଛ ଗେଟ୍ ଖୋଲା ରହିବ। ଏହାସହିତ ଆସନ୍ତାକାଲି ସାଧାରଣ ଲୋକଙ୍କ ପାଇଁ ଲୋକସେବା ଭବନ, ଖାରବେଳ ଭବନ ବନ୍ଦ ରହିବ । ଅତି ଜରୁରୀ ଥିଲେ ବିଭାଗର ସୁପାରିସ୍ ଆଧାରରେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବଙ୍କ ଅନୁମତିରେ ହିଁ ପ୍ରବେଶ କରିପାରିବେ।

ସୂଚନାଯୋଗ୍ୟ, ହାଇକୋର୍ଟଙ୍କ ରାୟ ପରେ କଂଗ୍ରେସ ଆଜି ସନ୍ଧ୍ୟାରେ ଏକ ସାମ୍ବାଦିକ ସମ୍ମିଳନୀ କରି ଆସନ୍ତାକାଲି ଦଳ ପକ୍ଷରୁ ୬ଘଣ୍ଟିଆ ଶାନ୍ତିପୂର୍ଣ୍ଣ ହରତାଳ କରାଯିବ। କୌଣସି ବନ୍ଦ ପାଳନ କରାଯିବ ନାହିଁ ବୋଲି ସ୍ପଷ୍ଟ କରାଯାଇଛି।

Related story