ବାରିପଦା (ମାଲିକ ଲାଲ୍ ପାଣି): ମୟୂରଭଞ୍ଜରେ ଥିବା ପଞ୍ଚମ ବାଟାଲିଅନ୍ ପରିସରରେ ଜଣେ ସିପାହୀଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ତାଙ୍କ ନାଁ କାଳିଚରଣ କିସ୍କୁ। ତାଙ୍କୁ ବାରିପଦା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ, ଗତକାଲି କାଳିଚରଣ କ୍ୱାର୍ଟର୍ସ ଗାର୍ଡ ଡ୍ୟୁଟିରେ ଥିଲେ। ହେଲେ ସେ ପାଣି ପିଇବାକୁ ପାଖରେ ଥିବା ଏକ ଚା’ ଦୋକାନକୁ ଯାଇଥିଲେ। ଏହି ସମୟରେ ତାଙ୍କୁ ତାଙ୍କର ଆସିଷ୍ଟାଣ୍ଟ୍ କମାଣ୍ଡାଣ୍ଟ୍ ଦେଖି ଥିଲେ ଓ ଡ୍ୟୁଟି ସମୟରେ କାହିଁକି ବାହାରକୁ ଆସିଛ ବୋଲି ପ୍ରଶ୍ନ କରିଥିଲେ। ଏହାପରେ ଆସିଷ୍ଟାଣ୍ଟ୍ କମାଣ୍ଡାଣ୍ଟ୍ ତାଙ୍କର ଅନ୍ୟ ଉପରିସ୍ଥ ଅଫିସରଙ୍କୁ ଡାକିଥିଲେ ଓ ସେଠାରେ କାଳିଚରଣଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଗୁରୁତର ଅବସ୍ଥାରେ କାଳିଚରଣଙ୍କୁ ତାଙ୍କ ସମ୍ପର୍କୀୟମାନେ ଡାକ୍ତରଖାନରେ ଭର୍ତ୍ତି କରିଥିଲେ।
ଏହି ଘଟଣା ନେଇ କାଳିଚରଣଙ୍କ ପରିବାର ଲୋକେ ବାରିପଦା ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।
Miscellaneous
କଟକ ସହରରେ ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ଉଦ୍ବେଗ ପ୍ରକାଶ କଲେ ହାଇକୋର୍ଟ
ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ହୋଇଥିବା ଜନସ୍ୱାର୍ଥ ମାମଲାକୁ ଗ୍ରହଣ କରିଛନ୍ତି ହାଇକୋର୍ଟ। କୋର୍ଟ ଉଦବେଗ ପ୍ରକାଶ କରି କହିଛନ୍ତି, ସନ୍ଧ୍ୟା ୫ ଟା ହେଲେ ସହରବାସୀ କବାଟ ଓ ଝରକା ବନ୍ଦ କରି ଦେଉଛନ୍ତି।
Entertainment
ହିନ୍ଦୀ ସିନେମା ‘ସାବରମତୀ ରିପୋର୍ଟ’କୁ ଟିକସମୁକ୍ତ କଲେ ଓଡ଼ିଶା ସରକାର
ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ‘ଦି ସାବରମତୀ ରିପୋର୍ଟ’କୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ବିଜେପି ଶାସିତ ରାଜ୍ୟ।