ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ସୁନ୍ଦରଗଡ଼ ଜିଲ୍ଲା ବିଶ୍ରାରେ ବଢ଼ିଲା କଣ୍ଟେନ୍ମେଣ୍ଟ ଅବଧି। ଆହୁରି ୪୮ ଘଣ୍ଟା ପାଇଁ ଏହି ଅବଧିକୁ ବଢ଼ାଇ ଦିଆଯାଇଛି। ଆଜି ଦିନ ୧୧ଟାରୁ ୧୮ ତାରିଖ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଏହି ଅବଧିକୁ ବୃଦ୍ଧି କରାଯାଇଥିବା ନେଇ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ସୂଚନା ଦେଇଛନ୍ତି।
ବିଶ୍ରା ବ୍ଲକରେ ଦୁଇ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହେବା ପରେ ୧୨ ତାରିଖରେ ଏହାର କିଛି ଅଞ୍ଚଳକୁ ୪୮ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଥିଲା। ପରେ୧୪ ତାରିଖରେ ଏହାର ଅବଧି ଆହୁରି ୪୮ ଘଣ୍ଟା ବଢ଼ିଥିଲା।
ଏ ଅଞ୍ଚଳରେ ସମସ୍ତ ଯାନବାହନ ଚଳାଚଳକୁ ବନ୍ଦ କରାଯାଇଥିଲା। କଣ୍ଟେନମେଣ୍ଟ ଜୋନ୍ ଅଞ୍ଚଳରେ ଆସୁଥିବା ସମସ୍ତ ବାସିନ୍ଦା ଘର ଭିତରେ ରହିବେ ବୋଲି କୁହାଯାଇଥିଲା। ଏହି ଅବଧି ଆଜି ଶେଷ ହେଉଥିବା ବେଳେ ନୂଆ ନିର୍ଦ୍ଦେଶ ପ୍ରକାରେ ଏହା ଆହୁରି ୪୮ ଘଣ୍ଟା ପାଇଁ ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।