କୋରାପୁଟ(ସୂର୍ଯ୍ୟ ନାରାୟଣ ପଣ୍ଡା): କୋରାପୁଟ ଜିଲ୍ଲାରେ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଦଶମନ୍ତପୁର ବ୍ଲକ ପୋଡ଼ାଗଡ଼ ପଞ୍ଚାୟତକୁ ଜିଲ୍ଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ପୋଡ଼ାଗଡ଼ର ୩ କିମି ପରିଧି ଅଞ୍ଚଳକୁ କଣ୍ଟେନମେଣ୍ଟ ଓ ୭ କିମି ପରିବ୍ୟାପ୍ତ ଅଞ୍ଚଳକୁ ବଫର ଜୋନ୍ ଭାବେ ଘୋଷଣା କରାଯାଇଛି। ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ହେଉଥିବା କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ର ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଗତକାଲି ଜିଲ୍ଲାର ଦଶମନ୍ତପୁର ବ୍ଲକ୍ ଅନ୍ତର୍ଗତ ପୋଡ଼ାଗଡ଼ରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେ ଜଣେ ସ୍ୱାସ୍ଥ୍ୟ କର୍ମୀ। ସେ କିଛି ଦିନ ତଳେ କୋଲିକତାରୁ ଫେରିଥିଲେ। ଏହାପରେ ପ୍ରଶାସନ ପକ୍ଷରୁ ତାଙ୍କୁ ପୋଡ଼ାଗଡ଼ଠାରେ କ୍ୱାରେଣ୍ଟାଇନ୍ରେ ରଖାଯାଇଥିଲା। ଗତକାଲି ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଆଖି ପିଛୁଳାକେ ଲାଗିଲା ନିଆଁ; ଜଳିଗଲା ସାବୁନ ଫ୍ୟାକ୍ଟ୍ରି
ପୁରୀ ମଙ୍ଗଳାଘାଟରେ ଥିବା ଏକ ସାବୁନ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଆଜି ମଧ୍ୟାହ୍ନ ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।
Crime
ବାଲି ମାଫିଆଙ୍କ ଗୁଣ୍ଡାରାଜ; ଆଇଆଇସିଙ୍କୁ ପିଟିଲେ, ଗାଡ଼ି ଭାଙ୍ଗିଲେ
ଆଇଆଇସିଙ୍କ ବେକ ଓ ପିଠିରେ ଗଭୀର ଆଘାତ ଲାଗିଛି।
Miscellaneous
ସିବିଆଇ ସହ ଲୁଚକାଳି ଖେଳ; ଭୁବନେଶ୍ୱରରେ ହାଜର ନ ହୋଇ ଦିଲ୍ଲୀରେ ବସିଥିଲେ ବିଷ୍ଣୁପଦ ସେଠୀ
ଯେଉଁ ସମୟରେ ବିଷ୍ଣୁପଦଙ୍କୁ ଭୁବନେଶ୍ୱର ସିବିଆଇ ଅଫିସରେ ହାଜର ପାଇଁ ସମନ ହୋଇଥିଲା ସେ ସମୟରେ ସେ ଦିଲ୍ଲୀରେ ଥିଲେ।
Accident
ତେଜ ଆଗ୍ରୋ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା କୋଟିଏ ଟଙ୍କାର ସାମଗ୍ରୀ
ଆଜି ଭୋରରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା।
Politics
ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ପଶିଲା ଇଡି
ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଭାଇ ସ୍ୱର୍ଗତ କ୍ଷୀରୋଦ ମଲ୍ଲିକ ବିଶ୍ୱ ଏନଜିଓର ଫାଉଣ୍ଡର ଥିଲେ।