ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଷ୍ଟେସନରେ ଆଜି ୬ଟି ଶ୍ରମିକ ଏକ୍ସପ୍ରେସ ପହଞ୍ଚିବ। ଫଳରେ ବହୁ ସଂଖ୍ୟାରେ ପ୍ରବାସୀ ଏହି ଷ୍ଟେଶନରେ ଓହ୍ଲାଇବାକୁ ଥିବାରୁ ଗହଳିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ୨୪ ଘଣ୍ଟା ପାଇଁ ଲାଗୁ ହୋଇଛି କର୍ଫ୍ୟୁ ମିଆଦ। ଗତକାଲି ରାତି ୧୨ଟାରୁ ଆଜି ରାତି ୧୨ଟା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ।
ଆଜି ଆସୁଥିବା ୬ଟି ଶ୍ରମିକ ଏକ୍ସପ୍ରେସରେ କେବଳ ବାଲେଶ୍ୱର ଷ୍ଟେଶନରେ ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଓହ୍ଲାଇବାର ସମ୍ଭାବନା ରହିଛି । ସଂପୃକ୍ତ ଶ୍ରମିକମାନେ ପ୍ଲାଟଫର୍ମରେ ଓହ୍ଲାଇବା ପରେ ଗହଳିକୁ ଦୃଷ୍ଟିକୁ ରଖି ଷ୍ଟେଶନ ଅଞ୍ଚଳର ୫୦୦ ମିଟର ପରିଧି ମଧ୍ୟରେ କର୍ଫ୍ୟୁ ଜାରି କରାଯାଇଛି। ଫଳରେ ଶ୍ରମିକମାନେ ପାଦରେ ଚାଲି ଚାଲି କିମ୍ବା ଗାଡ଼ିରେ କେଉଁ ଆଡ଼େ ଯାଇପାରିବେ ନାହିଁ। ସେଠାରୁ ସମସ୍ତଙ୍କୁ ନିଜ ନିଜ ଇଲାକାର କ୍ୱାରେଣ୍ଟାଇନ୍ ସେଣ୍ଟରକୁ ନିଆଯିବ । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୁଡ଼ାନ୍ତ ହୋଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।