Advertisment

ରାଜ୍ୟରେ ପୁଣି ୬୬ ଛୁଆ କରୋନା ପଜିଟିଭ, ୫ ମୃତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ବାହାରିଲେ ପଜିଟିଭ। ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୪୪୬ଟି କରୋନର ନୂଆ ମାମଲା ସାମ୍ନାକୁ ଆସିଛି। ଏଥିରୁ ୨୭୧ ଜଣ କ୍ୱାରେଣ୍ଟାଇନ୍‌ର ଥିବା ବେଳେ ୧୯୬ଟି ଲୋକାଲ କେସ୍‌ ରହିଛି। ସେହିପରି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୬୬ ଜଣ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୪୨୭୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସବୁଠୁ ଆଗରେ […]

ରାଜ୍ୟରେ ପୁଣି ୬୬ ଛୁଆ କରୋନା ପଜିଟିଭ, ୫ ମୃତ

Covid 19

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ବାହାରିଲେ ପଜିଟିଭ। ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୪୪୬ଟି କରୋନର ନୂଆ ମାମଲା ସାମ୍ନାକୁ ଆସିଛି। ଏଥିରୁ ୨୭୧ ଜଣ କ୍ୱାରେଣ୍ଟାଇନ୍‌ର ଥିବା ବେଳେ ୧୯୬ଟି ଲୋକାଲ କେସ୍‌ ରହିଛି। ସେହିପରି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୬୬ ଜଣ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୪୨୭୬ରେ ପହଞ୍ଚିଛି ।

Advertisment

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସବୁଠୁ ଆଗରେ ରହିଛି ଖୋର୍ଦ୍ଧା। ଜିଲ୍ଲାରୁ ସର୍ବାଧିକ ୨୨୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି    ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ , କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୧୭ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ,  କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୫୨ଜଣ ରହିଛନ୍ତି।

ସେହିପରି ଗତ ୨୪ ଘଣ୍ଟାରେ କରୋନାରେ ଆକ୍ରାନ୍ତ ହୋଇ ୫ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ଦୁଇ ଜଣ ଅଛନ୍ତି। ଜଣେ ୭୦ ବର୍ଷୀୟ ମହିଳା ଏବଂ ଆଉ ଜଣେ ୫୧ ବର୍ଷୀୟ ମହିଳା କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଛନ୍ତି। ସେହିପରି ନବରଙ୍ଗପୁରର ୭୦ ବର୍ଷୀୟ, ୪୦ ବର୍ଷୀୟ ଏବଂ ୫୩ ବର୍ଷୀୟ ବ୍ୟକ୍ତିଙ୍କ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୨୭୯କୁ ବୃଦ୍ଧି ପାଇଛି।

Advertisment

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୪୨୭୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୨୯୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୦୬୪୫ଜଣ ସୁସ୍ଥ ହୋଇଛନ୍ତି ।

https://twitter.com/IPR_Odisha/status/1448865441934299138?s=20

https://twitter.com/IPR_Odisha/status/1448865448447995911?s=20

https://twitter.com/HFWOdisha/status/1448856057636265988?s=20

https://twitter.com/HFWOdisha/status/1448856062145138694?s=20

Covid19
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe