ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୦୦ ଟପିଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦୮ରେ ପହଞ୍ଚି ଯାଇଛି।

ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ଦୁଇଜଣ (୪୦ ବର୍ଷୀୟା ମହିଳା ଓ ୬୬ ବର୍ଷୀୟ ପୁରୁଷ), କଟକରୁ ଦୁଇଜଣ (୫୪ ବର୍ଷୀୟ ମହିଳା ଓ ୬୭ ବର୍ଷୀୟ ମହିଳା), ଅନଗୁଳ, ଗଞ୍ଜାମ, ଝାରସୁଗୁଡ଼ା, ଖୋର୍ଦ୍ଧା, କନ୍ଧମାଳ, ନୂଆପଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏ କରୋନାରେ ପ୍ରାଣ ହରାଇଛନ୍ତି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।