ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜ୍ୟରେ ଥମୁନି କରୋନା ମୃତ୍ୟୁ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬ଜଣଙ୍କ କରୋନାରେ ଜୀବନ ଯାଇଛି। ଏହି ନୂଆ ତଥ୍ୟ ସହ ବର୍ତ୍ତମାନ ରାଜ୍ୟରେ କୋଭିଡ୍ ମୃତ୍ୟୁ ସଂଖ୍ୟା ୮୭୫କୁ ବଢିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬, ନୟାଗଡ଼ରୁ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଓ ବାଲେଶ୍ୱରରୁ ୨ ଲେଖାଏଁ, ଜଗତସିଂହପୁରରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିଭଳି ଦିନକରେ ରେକର୍ଡ ସଂଖ୍ୟକ ୩ ହଜାର ୬ଶହ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା ୨ ଲକ୍ଷ ୨୬ ହଜାର ୩୩୪କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୧୦୯ କ୍ୱାରେଣ୍ଟିନରୁ ହୋଇଥିବା ବେଳେ ୧୪୯୧ ସ୍ଥାନୀୟ ସଂକ୍ରମଣ । ଖୋର୍ଦ୍ଧାରୁ ସର୍ବାଧିକ ୭୬୬, କଟକରୁ ୩୫୮, ଷ୍ଟେଟପୁଲରୁ ୧୫୮, ମୟୂରଭଂଜରୁ ୧୫୬, ପୁରୀରୁ ୧୧୫ ଓ ଗଂଜାମରୁ ୩୧ ପଜିଟିଭ ଚିହ୍ନଟ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।