ରାଜ୍ୟରେ କରୋନା ନେଲା ଆଉ ୧୦ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୦ ଜଣଙ୍କ ଜୀବନ ଗଲା। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨ରେ ପହଞ୍ଚି ଯାଇଛି। 2. A 48 year old male of Ganjam district who was also suffering from Diabetes & Hypertension. 3.A 43 year old male of Kandhamal who was also suffering […]

virus-12

Niharika Rout
  • Published: Monday, 31 August 2020
  • , Updated: 31 August 2020, 11:04 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୦ ଜଣଙ୍କ ଜୀବନ ଗଲା। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨ରେ ପହଞ୍ଚି ଯାଇଛି।

ଏହି ୧୦ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ କନ୍ଧମାଳ ଜିଲ୍ଲାର ୩ ଜଣ ଲେଖାଏଁ ଥିବା ବେଳେ ଗଞ୍ଜାମ, ନୟାଗଡ଼, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଅଛନ୍ତି।

ଏହା ସହିତ ଖୋର୍ଦ୍ଧା ଓ କନ୍ଧମାଳରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଯଥାକ୍ରମେ ୬୫ ଓ ୧୦ରେ ପହଞ୍ଚିଥିବା ବେଳେ ଗଞ୍ଜାମରେ ୧୯୦ ହୋଇଛି। ସେହିପରି ନୟାଗଡ଼, ରାୟଗଡ଼ା ଓ ସୁନ୍ଦରଗଡ଼ରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩, ୨୪ ଓ ୩୬ରେ ପହଞ୍ଚି ଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୭୩,୨୩୩ ଜଣ ସୁସ୍ଥ ହୋଇସାରିଲେଣି। ବାକି ୨୯,୭୫୮ ଜଣ ଚିକିତ୍ସାଧୀନ ଅଛନ୍ତି।

 

Related story