ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ପଶିଲା ‘କରୋନା’

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ଦୁଇ କର୍ମଚାରୀ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ଉଭୟଙ୍କୁ କୋଲକାତା ସ୍ଥିତ ସ୍ୱତନ୍ତ୍ର କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରାନ୍ତ ଚିହ୍ନଟ ପରେ କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ଆଜି ଦିନକ ପାଇଁ ୱାର୍କ ଫ୍ରମ୍‌ ହୋମ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ନିର୍ଦ୍ଦେଶକ ଏହି ନିର୍ଦ୍ଦେଶ ଦେଇଛନ୍ତି। ଆଜି ‘କରୋନା’ରେ ବାଲେଶ୍ୱର ଜିଲ୍ଲାରେ ୧୯୦ ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ […]

drdo

drdo

Manoranjan Sial
  • Published: Monday, 08 June 2020
  • Updated: 08 June 2020, 05:12 PM IST

Sports

Latest News

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ଦୁଇ କର୍ମଚାରୀ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ଉଭୟଙ୍କୁ କୋଲକାତା ସ୍ଥିତ ସ୍ୱତନ୍ତ୍ର କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରାନ୍ତ ଚିହ୍ନଟ ପରେ କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ଆଜି ଦିନକ ପାଇଁ ୱାର୍କ ଫ୍ରମ୍‌ ହୋମ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ନିର୍ଦ୍ଦେଶକ ଏହି ନିର୍ଦ୍ଦେଶ ଦେଇଛନ୍ତି।

ଆଜି ‘କରୋନା’ରେ ବାଲେଶ୍ୱର ଜିଲ୍ଲାରେ ୧୯୦ ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୪୫ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos