ନୟାଗଡ଼(ଓଡ଼ିଶା ରିପୋର୍ଟର): ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ବଳଦିଆନୂଆଗାଁରେ ଜଣେ କରୋନା ସନ୍ଦିଗ୍ଧ ଚିହ୍ନଟ ହୋଇଛନ୍ତି। ସେ ତାମିଲନାଡୁରେ ଶ୍ରମିକ ଭାବେ କାମ କରୁଥିଲେ। ଥଣ୍ଡା, କାଶ ଓ ଶ୍ୱାସକ୍ରିୟାରେ କଷ୍ଟ ହେଉଥିବାରୁ ସେ କରୋନାରେ ଆକ୍ରାନ୍ତ ହୋଇଥିବା ଅଭିଯୋଗ ହୋଇଛି। ସନ୍ଦିଗ୍ଧଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି।
ଅନ୍ୟପକ୍ଷରେ ମହାମାରୀ କରୋନା ଭାଇରସ କର୍ଣ୍ଣାଟକାରୁ ପ୍ରଥମ ମୁଣ୍ଡ ନେଇଛି। ମୃତ ବ୍ୟକ୍ତି ହେଉଛନ୍ତି ମହମ୍ମଦ ହୁସେନ୍ ସିଦ୍ଦିକି। ଗତକାଲି ତାଙ୍କର ମୃତ୍ୟୁ ଘଟିଥିଲା। ଆଜି ଏନେଇ ସ୍ପଷ୍ଟ କଲା କର୍ଣ୍ଣାଟକା ସ୍ୱାସ୍ଥ୍ୟ ବିଭାଗ। ମହମ୍ମଦଙ୍କ ରକ୍ତରେ COVID-୧୯ ଭାଇରସ ଥିବା ଜଣାପଡ଼ିଛି।
ଭାରତରେ କରୋନା ଭାଇରସରେ ଆକ୍ରାନ୍ତଙ୍କ ସଂଖ୍ୟା ୭୪କୁ ବୃଦ୍ଧି ପାଇଥିବା ବେଳେ ପ୍ରଥମ ମୃତ୍ୟୁ ଲୋକଙ୍କ ମନରେ କୋକୁଆ ଭୟ ସୃଷ୍ଟି କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।