ବ୍ରହ୍ମପୁର (ଅଶୋକ ବ୍ରହ୍ମା): ଗଞ୍ଜାମ ଜିଲ୍ଲାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ମୃତକଙ୍କ ସଂଖ୍ୟା ହ୍ରାସ ପାଉନାହିଁ। ଏହି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ।
ସେ କହିଛନ୍ତି, ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ହେଲେ ମୃତକଙ୍କ ସଂଖ୍ୟା ହ୍ରାସ ପାଉନାହିଁ, ଯାହାକି ଏବେ ଚିନ୍ତାର କାରଣ ପାଲଟିଛି। ଏଥିଲାଗି ଆଶା ଓ ଅଙ୍ଗନବାଡ଼ି ଦିଦି ଓ ଶିକ୍ଷକଙ୍କ ସମେତ ଆୟୁଷ ଡାକ୍ତରଙ୍କୁ ଦାୟିତ୍ୱ ଦିଆଯାଇଛି। ଯେଉଁ ବ୍ୟକ୍ତିଙ୍କ ଅକ୍ସିଜେନ୍ ମାତ୍ରା କମ୍ ରହୁଛି ସେମାନଙ୍କୁ ଚିକିତ୍ସା ପାଇଁ କୁହାଯାଉଛି।
ଜିଲ୍ଲାପାଳ ଆହୁରି କହିଛନ୍ତି, ଲୋକମାନେ ସାମାଜିକ ଦୂରତା ବଜାୟ ରଖିବା ସହ ମାକ୍ସ ପିନ୍ଧିବା ଉପରେ ଗୁରୁତ୍ୱାରୋପ ଦିଆଯାଉଛି।
ସୂଚନାଯୋଗ୍ୟ, ଗଞ୍ଜାମ ଜିଲ୍ଲାରେ ୧୮,୯୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮,୦୩୧ ଜଣ ସୁସ୍ଥ ହୋଇସାରିଛନ୍ତି। ଜିଲ୍ଲାରେ ଏବେ ଆକ୍ଟିଭ କେସ୍ ୭୨୫ ଥିବା ବେଳେ ୨୧୪ ଜଣଙ୍କ ଜୀବନ ଯାଇ ସାରିଲାଣି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।