ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ଏହାର ମୁକାବିଲା ପାଇଁ ସରକାରୀ ସ୍ତରରେ ତତ୍ପରତା ପ୍ରକାଶ ପାଉଛି। ସପିଂ ମଲ୍, ସ୍କୁଲ ଆଦି ବନ୍ଦ ହୋଇଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ଗହଳିକୁ ଏଡ଼ାଇକୁ ପରାମର୍ଶ ଦିଆଯାଇଛି। ଅତ୍ୟାବଶ୍ୟତ ସାମଗ୍ରୀ ବ୍ୟତୀତ ଅନ୍ୟ କୌଣସି କାମ ପାଇଁ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି।
ଏହି ପରିପ୍ରେକ୍ଷୀରେ RTO ଅଫିସ୍ରେ ପ୍ରବଳ ଭିଡ଼ ହେଉଥିବାରୁ ଭିଡ଼ ନ କରିବାକୁ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ପରାମର୍ଶ ଦେଇଛନ୍ତି। ଏକସଙ୍ଗେ ୫୦ରୁ ଊର୍ଦ୍ଧ୍ୱ ଲୋକ ଏକାଠି ନ ହେବାକୁ ସେ ପରାମର୍ଶ ଦେଇଛନ୍ତି।
ବସ୍ ଷ୍ଟାଣ୍ଡରେ ମଧ୍ୟ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ । ବସ୍ କର୍ମଚାରୀଙ୍କୁ ମାସ୍କ ଓ ସାନିଟାଇଜର ଦିଆଯିବ। ବସ୍ ମାଲିକ ସଂଘ ଓ ପରିବହନ ବିଭାଗ ମିଳିତ ଭାବେ ମାସ୍କ ଯୋଗାଇବେ। ବସ୍ ଷ୍ଟାଣ୍ଡଗୁଡ଼ିକୁ ମଧ୍ୟ ସାନିଟାଇଜ୍ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।