ନବରଙ୍ଗପୁର(ନବଘନ ବିଶୋୟୀ): କରୋନାର ଭୟାବହତା ଦିନକୁ ଦିନ ବଢ଼ିବାକୁ ଲାଗିଥିବା ବେଳେ ଗ୍ରାମାଞ୍ଚଳରେ ଏହାକୁ ନେଇ ଆରମ୍ଭ ହୋଇଗଲାଣି ଗୁଜବ। କରୋନାକୁ ନେଇ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବ୍ଲକର ଆଉଁଳି ଗାଁ ଲୋକେ ରାତି ଅଧରେ ଠାକୁରଙ୍କ ପାଖରେ ଅଧିଆ ପଡ଼ିଛନ୍ତି।
ଗାଁରେ ପ୍ରଚାରିତ ଗୁଜବ ଅନୁଯାୟୀ, ଯେଉଁ ପରିବାରରେ ଗୋଟିଏ ସନ୍ତାନ ଥିବେ ସେହି ପରିବାର ପକ୍ଷରୁ ଗାଁ ଶିବ ମନ୍ଦିରରେ ପୂଜା କରିବାକୁ ହେବ। ନହେଲେ ପରିବାର ସଦସ୍ୟଙ୍କ କ୍ଷତି ହେବା ସହ ଜୀବନ ମଧ୍ୟ ଯାଇପାରେ ବୋଲି ପ୍ରଚାର ଆରମ୍ଭ ହୋଇଗଲା ।
ଫଳ ଅନ୍ଧ ବିଶ୍ୱାସର ଶିକାର ହୋଇ ଗାଁ ଲୋକେ ମନ୍ଦିରକୁ ୨ କିଲୋମିଟର ଦୂରରେ ଥିବା ମୈଦଲପୁର ଗ୍ରାମ ଶିବ ମନ୍ଦିରକୁ ଦୌଡ଼ିବାକୁ ଲାଗିଥିଲେ l କିଛି ସମୟ ମଧ୍ୟରେ ମନ୍ଦିରରେ ଭିଡ଼ ଦେଖିବାକୁ ମିଳିଥିଲା l ଅପପ୍ରଚାର ଶୁଣି ମୈଦଲପୁର ଗ୍ରାମବାସୀ ମଧ୍ୟ ମନ୍ଦିରକୁ ଯିବାକୁ ଲାଗିଲେ। ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରି ଘରକୁ ପଠାଇଥିବା ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।