ଯାଜପୁର(ଗୁଲାମ ଗସ୍): ଯାଜପୁର ଜିଲ୍ଲାରେ ଜଣେ ବିଚାରାଧୀନ କଏଦୀ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି। ଯାଜପୁର ଉପକାରାଗାରରେ ଥିବା ବିଚାରାଧୀନ କଏଦୀ କୋରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । କଏଦୀଜଣକ ଅଣ ଓଡିଆ ହୋଇଥିବାବେଳେ ପତ୍ନୀକୁ ହତ୍ୟା ଅଭିଯୋଗରେ ବିଂଝାରପୁର ପୁଲିସ୍ ତାଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା ।
କଏଦୀଙ୍କ ସ୍ୱାବ ସଂଗ୍ରହ ହୋଇଥିବାବେଳେ ତାଙ୍କର ରିପୋର୍ଟ ପଜିଟିଭ ଆସିଛି । ଆକ୍ରାନ୍ତଜଣଙ୍କୁ କୋଭିଡ଼ କେୟାରକୁ ପଠାଯାଇଛି । ଅନ୍ୟପଟେ ଏହି ଘଟଣା ପରେ ବିଂଝାରପୁର ଥାନାର ୨୨ ଜଣ କର୍ମଚାରୀଙ୍କ ସ୍ୱାବ ଟେଷ୍ଟ ପାଇଁ ପଠାଯାଇଛି। ଅତି ଜରୁରୀ କାମ ନଥିଲେ ଥାନାକୁ ନଆସିବାକୁ କୁହାଯାଇଛି । ଏଥିସହିତ ସବଜେଲ୍ ଓ ଥାନାକୁ ସାନିଟାଇଜ କରାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।