ବିଜେପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ

ବରଗଡ଼(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ବିଜେପୁର ବିଧାନସଭା ଉପନିର୍ବାଚନ ଫଳାଫଳ।ସକାଳ ଆଠଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ଏଥିପାଇଁ ୧୪ଟି ଟେବୁଲ୍ ଓ ଗୋଟିଏ ରାଉଣ୍ଡ ଟେବୁଲର ବ୍ୟବସ୍ଥା କରାଯାଇଛି। ସମୁଦାୟ ୨୧ଟି ରାଉଣ୍ଡରେ ଭୋଟ ଗଣତି ହେବାକୁ ଥିବା ବେଳେ ଏଥିପାଇଁ ୧୨୦ ଜଣ କର୍ମଚାରୀ ନିଯୁକ୍ତ ହୋଇଛନ୍ତି। ପ୍ରତି ଟେବୁଲରେ ଜଣେ ଲେଖାଏ କାଉଣ୍ଟିଂ ସୁପରଭାଇଜର, କାଉଣ୍ଟିଂ ଆସିଷ୍ଟାଣ୍ଟ୍ ଓ ମାଇକ୍ରୋ ଅବଜରଭର୍ ରହିଛନ୍ତି। ସମଗ୍ର ଆରଏମସି ପରିସରକୁ ତ୍ରିସ୍ତରୀୟ ସୁରକ୍ଷା ବଳୟ […]

bijapur000

Tapaswini Nayak
  • Published: Thursday, 24 October 2019
  • , Updated: 24 October 2019, 08:45 AM IST

ବରଗଡ଼(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ବିଜେପୁର ବିଧାନସଭା ଉପନିର୍ବାଚନ ଫଳାଫଳ।ସକାଳ ଆଠଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ଏଥିପାଇଁ ୧୪ଟି ଟେବୁଲ୍ ଓ ଗୋଟିଏ ରାଉଣ୍ଡ ଟେବୁଲର ବ୍ୟବସ୍ଥା କରାଯାଇଛି। ସମୁଦାୟ ୨୧ଟି ରାଉଣ୍ଡରେ ଭୋଟ ଗଣତି ହେବାକୁ ଥିବା ବେଳେ ଏଥିପାଇଁ ୧୨୦ ଜଣ କର୍ମଚାରୀ ନିଯୁକ୍ତ ହୋଇଛନ୍ତି।

ପ୍ରତି ଟେବୁଲରେ ଜଣେ ଲେଖାଏ କାଉଣ୍ଟିଂ ସୁପରଭାଇଜର, କାଉଣ୍ଟିଂ ଆସିଷ୍ଟାଣ୍ଟ୍ ଓ ମାଇକ୍ରୋ ଅବଜରଭର୍ ରହିଛନ୍ତି। ସମଗ୍ର ଆରଏମସି ପରିସରକୁ ତ୍ରିସ୍ତରୀୟ ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଘଟିବା ପାଇଁ ୧ ପ୍ଲାଟୁନ୍ ଓଏସ୍ଏପି, ୧ କଂପାନୀ ସିଆରପିଏଫ୍ ଓ ସ୍ଥାନୀୟ ପୁଲିସର ପାଟ୍ରୋଲିଂ ଦଳ ନିୟୋଜିତ ହୋଇଛନ୍ତି।

Related story