ଭଞ୍ଜନଗର (ରାଜେଶ କୁମାର ପଣ୍ଡା): କାଜୁ ବଗିଚାରେ ରହୁଥିବା ବୃଦ୍ଧ ଦମ୍ପତିଙ୍କ ଅତି ବିଭତ୍ସ ଭାବେ ମର୍ଡର କରାଯାଇଛି। ସେମାନଙ୍କୁ କିଏ ଓ କଣ ପାଇଁ ହତ୍ୟା କଲା, ତାହା ଜଣାପଡ଼ି ନାହିଁ। ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଏପରି ହୃଦୟବିଦାରକ ଘଟଣା ଗଞ୍ଜାମ ଜିଲ୍ଲାରେ ଘଟିଛି।
ଜଗନ୍ନାଥପ୍ରସାଦ ଥାନା ଶିଶୁଣ୍ଡା ଗ୍ରାମ କାଜୁ ଜଙ୍ଗଲରେ ଭୀମ ପ୍ରଧାନ ଓ ତାଙ୍କ ପତ୍ନୀ ଶିଶୁଳା ପ୍ରଧାନ ଦୀର୍ଘ ଦିନ ଧରି ରହୁଥିଲେ। ଆଜି ସକାଳେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ପାରେ ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ହେଲେ କିଏ କାହିଁକି ସେମାନଙ୍କୁ ମର୍ଡର କରିଛି, ତାହା ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ।
ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ କିଛିଦିନ ତଳେ ମୃତ ଦମ୍ପତିଙ୍କ ପାଖକୁ ସେମାନଙ୍କ ପୁଅ ଓ ବୋହୂ ଆସିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଜଳିଗଲା ଧାନ ଗଦା, ୧୦ ଏକର ଜମିର ଧାନ ଫସଲ ଭସ୍ମ
ଗତକାଲି କିଛି ଦୁର୍ବୃତ୍ତମାନେ ଧାନ ଗଦାରେ ନିଆଁ ଲଗାଇ ଦେଇଥିଲେ।
Miscellaneous
ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍; ଏଣିକି ମଣ୍ଡି ଜଗୁଛି ସିସିଟିଭି
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍କୁ ଉଦ୍ଘାଟନ କରିଛନ୍ତି। ମଣ୍ଡି ସଂପର୍କିତ ଅସୁବିଧା ନେଇ ଟୋଲ୍ ଫ୍ରି ନମ୍ବର ୧୯୬୭ରେ କଲ୍ କରିପାରିବେ ଚାଷୀ।
Accident
ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ; ଜଣେ ମୃତ, ୩ ଆହତ
ଗତକାଲି ରାତିରେ ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ଆସୁଥିଲା।
Accident
ଟ୍ରାକ୍ରେ ଦୌଡ଼ୁଥିଲା ଟ୍ରେନ୍, ତଳେ ଲାଗିଲା ନିଆଁ
କୋରାପୁଟ ଜିଲ୍ଲା ମାଛକୁଣ୍ଡ ଷ୍ଟେଶନ ନିକଟରେ ଗତକାଲି ବିଶାଖାପାଟଣା-କିରାଣ୍ଡୁଳକୁ ସଂଯୋଗ କରୁଥିବା କେକେ ରେଳପଥରେ ଏକ ମାଲବାହୀ ଟ୍ରେନରେ ନିଆଁ ଲାଗି ଯାଇଥିଲା। ଏଥିଯୋଗୁ ମାଲବାହୀ ଟ୍ରେନ୍ର ପ୍ରାୟ ୮ଟି ବଗି କ୍ଷତିଗ୍ରସ୍ତ ହୋଇଛି।