ସୋର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ଔପଦା ଥାନା ଅନ୍ତର୍ଗତ ଲୁଣିପଦା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଗତକାଲି ରାତିରେ ଘରୋଇ କଥାକୁ ନେଇ ସ୍ୱାମୀ ଓ ସ୍ତ୍ରୀ ମଧ୍ୟରେ ଝଗଡ଼ା ହୋଇଥିଲା। ଏହାପରେ ଉଭୟ ବିଷ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ଦମ୍ପତିଙ୍କୁ ପ୍ରଥମେ ଖଇରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଭଦ୍ରକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଭଦ୍ରକ ଡାକ୍ତରଖାନାରେ ସ୍ୱାମୀ କମଳାକାନ୍ତ(୪୪)ଙ୍କ ମୃତ୍ୟୁ ଘଟିଛି। ସ୍ତ୍ରୀ (ଆରତୀ ଦାସ)ଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ କଟକ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ଔପଦା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।