ଅସୁସ୍ଥ ବାପାଙ୍କୁ ଦେଖିବାକୁ ଯାଉଥିଲେ, ଚାଲିଗଲା ଜୀବନ

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଚାରିଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯିବାରୁ ଏକ ଦମ୍ପତି ପ୍ରାଣ ହରାଇଥିବା ବେଳେ ଆଉ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ମୃତାହତମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ମୃତକ ଦ୍ୱୟ ହେଲେ ସୁରେନ୍ଦ୍ର ନାଏକ ଓ ତାଙ୍କ ପତ୍ନୀ। ସେମାନେ ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠାର ବାସିନ୍ଦା ଥିଲେ ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, […]

Accident

Jitendra Garnayak
  • Published: Wednesday, 09 June 2021
  • , Updated: 09 June 2021, 04:07 PM IST

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଚାରିଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯିବାରୁ ଏକ ଦମ୍ପତି ପ୍ରାଣ ହରାଇଥିବା ବେଳେ ଆଉ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ମୃତାହତମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି।

ମୃତକ ଦ୍ୱୟ ହେଲେ ସୁରେନ୍ଦ୍ର ନାଏକ ଓ ତାଙ୍କ ପତ୍ନୀ। ସେମାନେ ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠାର ବାସିନ୍ଦା ଥିଲେ ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ସୁରେନ୍ଦ୍ରଙ୍କ ବାପା ରାଉଲକେଲାରେ ରହନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ସୁରେନ୍ଦ୍ର ତାଙ୍କୁ ଦେଖିବାକୁ ଯାଉଥିଲେ। ସାଥୀରେ ତାଙ୍କ ପତ୍ନୀ ଓ ଆଉ ତିନି ଜଣ ଥିଲେ। ସେମାନେ ଗତକାଲି ରାତିରେ ରାଉରକେଲା ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲେ। ବୌଦ୍ଧ ଦେଇ ସେମାନେ ରାଉରକେଲା ଯାଉଥିବା ବେଳେ ଚାରିଛକ ନିକଟରେ ଘଟିଥିଲା ଦୁର୍ଘଟଣା।

ଘଟଣାସ୍ଥଳରେ ସୁରେନ୍ଦ୍ର ଓ ତାଙ୍କ ପତ୍ନୀଙ୍କ ମୃତ୍ୟୁ ଘଟିଥିଲା। ହରଭଙ୍ଗା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ୩ ଗୁରୁତରଙ୍କୁ ଉଦ୍ଧାର କରିଥିଲା ଓ ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ତେବେ ଅବସ୍ଥା ଅଧିକ ଖରାପ ଥିବାରୁ ସେମାନଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ପୁରୁଣାକଟକ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବ ଦୁଇଟିକୁ ଜବତ କରିଛି। ପୁଲିସ୍‌ ଘଟଣାର ଅଧିକ ଛାନ୍‌ଭିନ୍‌ କରୁଛି।

Related story