ବଣାଇ(ରଞ୍ଜିତ ଚୌଧୁରୀ): ଘରେ ପଶି ଦମ୍ପତିଙ୍କୁ ହାଣି ମାରିଦେଲେ। ଏପରି ଅଭିଯୋଗ ସୁନ୍ଦରଗଡ଼ ଜିଲ୍ଲା କେ ବଲାଙ୍ଗ ଥାନା ଅନ୍ତର୍ଗତ ଲଙ୍ଗଳକଟା ଗାଁରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ଗତକାଲି ରାତିରେ ଲଙ୍ଗଳକଟା ଗାଁର ପାରୁ ମୁଣ୍ଡା ଓ ତାଙ୍କ ପତ୍ନୀ ମାଦଗଲି ମୁଣ୍ଡା ଘରେ ଥିଲେ। ଏହି ସମୟରେ ଜଣେ ଦୁର୍ବୃତ୍ତ ତାଙ୍କ ଘରେ ପଶି ଏକ ଧାରୁଆ ଅସ୍ତ୍ରରେ ପାରୁ ମୁଣ୍ଡାଙ୍କ ବେକକୁ କାଟି ଦେଇଥିଲେ। ଏହା ଦେଖି ପତ୍ନୀ ମାଦଗଲି ଘର ଭିତରୁ ବାହାରକୁ ପଳାଇ ଆସିଥିଲେ। ଦୁର୍ବୃତ୍ତ ତାଙ୍କୁ ଘର ବାହାରେ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। କିଏ ଓ କାହିଁକି ଦମ୍ପତିଙ୍କୁ ହତ୍ୟା କଲା? ତାହା ଏପର୍ଯ୍ୟନ୍ତ ଜଣା ପଡ଼ିନାହିଁ। ତେବେ ଗୁଣି ଗାରେଡି ସନ୍ଦେହରେ ଏମିତି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ ରାଯାଉଛି।
ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।