Advertisment

ସାମାନ୍ୟ ବଚସାରୁ ଜଘନ୍ୟକାଣ୍ଡ, ଦମ୍ପତିଙ୍କୁ ଗୁଳି କରି ହତ୍ୟା

ଚମ୍ପୁଆ(ଓଡ଼ିଶା ରିପୋର୍ଟର): ସାମାନ୍ୟ ବଚସା ନେଲା ଉଗ୍ରରୁପ। ଦମ୍ପତିଙ୍କୁ ଗୁଳି ମାରି ହତ୍ୟା କଲେ ଦୁର୍ବୃତ୍ତ। ଏଭଳି ଘଟଣା କେନ୍ଦୁଝର ଜିଲ୍ଲା ବଲାଣୀ ଥାନା ଅନ୍ତର୍ଗତ ଲସର୍ଦା ଗାଁରେ ଘଟିଛି। ମୃତକ ହେଲେ ଲକ୍ଷ୍ମୀଧର ଆପଟ ଓ ତାଙ୍କ ପତ୍ନୀ ମଞ୍ଜୁଲତା ଆପଟ। ଲସର୍ଦା ଗାଁରେ ଲକ୍ଷ୍ମୀଧରଙ୍କର ଏକ ଦୋକାନ ଅଛି। ଗତକାଲି ରାତି ପ୍ରାୟ ସାଢ଼େ ୮ଟା ସମୟରେ କିଛି ଦୁର୍ବୃତ୍ତ ପେଟ୍ରୋଲ୍ କିଣିବାକୁ ଲକ୍ଷ୍ମୀଧରଙ୍କ ଦୋକାନଙ୍କୁ  ଆସିଥିଲେ। କୌଣସି କଥାକୁ ନେଇ ସେମାନଙ୍କ ମଧ୍ୟରେ […]

author-image
Tapaswini Nayak
ଅଦ୍ୟତନ ହୋଇଛି
ଶ୍ରମିକ ନେତାଙ୍କୁ ଗୁଳି କରିବା ପରେ ଗଳାକାଟି ଦେଲେ

GUN

ଚମ୍ପୁଆ(ଓଡ଼ିଶା ରିପୋର୍ଟର): ସାମାନ୍ୟ ବଚସା ନେଲା ଉଗ୍ରରୁପ। ଦମ୍ପତିଙ୍କୁ ଗୁଳି ମାରି ହତ୍ୟା କଲେ ଦୁର୍ବୃତ୍ତ। ଏଭଳି ଘଟଣା କେନ୍ଦୁଝର ଜିଲ୍ଲା ବଲାଣୀ ଥାନା ଅନ୍ତର୍ଗତ ଲସର୍ଦା ଗାଁରେ ଘଟିଛି। ମୃତକ ହେଲେ ଲକ୍ଷ୍ମୀଧର ଆପଟ ଓ ତାଙ୍କ ପତ୍ନୀ ମଞ୍ଜୁଲତା ଆପଟ।

Advertisment

ଲସର୍ଦା ଗାଁରେ ଲକ୍ଷ୍ମୀଧରଙ୍କର ଏକ ଦୋକାନ ଅଛି। ଗତକାଲି ରାତି ପ୍ରାୟ ସାଢ଼େ ୮ଟା ସମୟରେ କିଛି ଦୁର୍ବୃତ୍ତ ପେଟ୍ରୋଲ୍ କିଣିବାକୁ ଲକ୍ଷ୍ମୀଧରଙ୍କ ଦୋକାନଙ୍କୁ  ଆସିଥିଲେ। କୌଣସି କଥାକୁ ନେଇ ସେମାନଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଏହା ଉଗ୍ର ରୁପ ଧାରଣ କରିଥିଲା। ପରେ ଦୁର୍ବୃତ୍ତମାନେ ଲକ୍ଷ୍ମୀଧର ଓ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରି ସେଠାରୁ ଚମ୍ପଟ ମାରିଥିଲେ।। ଗୁଳି ଶବ୍ଦ ଶୁଣି ସ୍ଥାନୀୟ ଲୋକେ ଦୌଡ଼ି ଆସି ଲକ୍ଷ୍ମୀଧର ଓ ତାଙ୍କ ସ୍ତ୍ରୀଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।

ତେବେ ଦୁର୍ବୃତ୍ତମାନେ ଲକ୍ଷ୍ମୀଧର ଓ ତାଙ୍କ ସ୍ତ୍ରୀଙ୍କୁ କାହିଁକି ଗୁଳି କରି ହତ୍ୟା କଲେ ତାର କାରଣ ଜଣାପଡ଼ିନାହିଁ। ପୂର୍ବଶତ୍ରୁତା ଥିଲା ନା ଅନ୍ୟ କିଛି କାରଣ ଥିଲା ତାହା ମଧ୍ୟ ଜଣାପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।

Advertisment