ଢେଙ୍କାନାଳ(ରାଜଶ୍ରୀ ଶତପଥି): ଢେଙ୍କାନାଳ ସଦର ରେଞ୍ଜ କାଟେଣୀ କାଜୁ ଜଙ୍ଗଲ ନିକଟରେ ଦମ୍ପତିଙ୍କୁ ହାତୀପଲ ଦଳି ଦେଇଛନ୍ତି। ମୃତକ ହେଲେ ଡମ୍ବରୁ ପ୍ରଧାନ ଓ ସୁକାନ୍ତି ପ୍ରଧାନ।
ଡମ୍ବରୁ ଓ ସୁକାନ୍ତି ଗତକାଲି ରାତିରେ ନିକଟସ୍ଥ ଦୁଧୁକାଟେଣୀକୁ ଯାତ୍ରା ଦେଖିବାକୁ ଯାଇଥିଲେ। ଯାତ୍ରା ଦେଖି ସାରି ଆଜି ଭୋରରୁ ନିଜ ଗାଁ ଚାଉଳିଆକୁ ବାଇକ୍ ଯୋଗେ ଫେରିବା ବେଳେ କାଟେଣୀ କାଜୁ ଜଙ୍ଗଲ ନିକଟରେ ହାତୀପଲ ହାବୁଡ଼ରେ ପଡ଼ିଯାଇଥିଲେ। ଘଟଣାସ୍ଥଳରେ ସୁକାନ୍ତିଙ୍କ ମୃତ୍ୟୁ ହୋଇଥିଲା। ଡମ୍ବରୁଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।