ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ହାରୁଛି କରୋନା। ରାଜ୍ୟରେ ଆଜି ଆଉ ୧୪୯ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୭ ଜଣ ସୁସ୍ଥ ହୋଇଥିବା ନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିଭଳି ଖୋର୍ଦ୍ଧାରୁ ୨୬, ବଲାଙ୍ଗିରରୁ ୧୧, ଜଗତସିଂହପୁରରୁ ୮, ବାଲେଶ୍ୱର, ଯାଜପୁର ଓ ନୟାଗଡ଼ରୁ ୭ ଲେଖାଏଁ ସୁସ୍ଥ ହୋଇଛନ୍ତି।
ଭଦ୍ରକ, କେନ୍ଦ୍ରାପଡ଼ା ଓ ପୁରୀରୁ ୫ ଲେଖାଏଁ ସୁସ୍ଥ, ସୁନ୍ଦରଗଡ଼ରୁ ୪, କେନ୍ଦୁଝରରୁ ୩, କଟକରୁ ୨ ଜଣ ସୁସ୍ଥ, ବୌଦ୍ଧ ଓ କୋରାପୁଟରୁ ମଧ୍ୟ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫୦ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ୨୨୮୨ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟମାନେ ବିଭିନ୍ନ କୋଭିଡ ହସପିଟାଲରେ ଚିକତ୍ସାଧୀନ ଅଛନ୍ତି। ୯ ଜଣଙ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଆଉ ୨ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିଲେ ସୁଦ୍ଧା କରୋନା ଏହାର କାରଣ ନୁହେଁ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।