/odisha-reporter/media/post_attachments/uploads/2021/12/hawker.jpg)
hawker
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ଖବର କାଗଜ ହକର ମାନଙ୍କୁ ହକ୍ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହକରଙ୍କ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ ସ୍ୱତନ୍ତ୍ର କୋଭିଡ୍ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରାଯାଇଛି।
ଏହି ସହାୟତା ଆଧାରରେ ରାଜ୍ୟର ୭୩୦୦ ହକରମାନଙ୍କର ଡିଜିଟାଲ ଡାଟା ବେସ୍ ପ୍ରସ୍ତୁତ କରାଯାଇ ପଞ୍ଜୀକୃତ କରାଯାଇଛି। ପ୍ରତ୍ୟେକ ପଞ୍ଜୀକୃତ ହକରଙ୍କୁ ୬୦୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯାଇଛି। ଏହା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୋଟ ୪ କୋଟି ୩୮ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି।
କୋଭିଡ ସହାୟତା ସହିତ ହକର ମାନଙ୍କୁ ଅଣସଂଗଠିତ ସାମାଜିକ ସୁରକ୍ଷା ବୋର୍ଡରେ ସାମିଲ କରାଯାଇ ସାହାଯ୍ୟ ପ୍ରଦାନ କରାଯିବ। ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା, ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକର ମାନଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି।
ହକର ମାନେ ସୁବିଧାରେ କାମ କରିବା ପାଇଁ ଜିଲ୍ଲାସ୍ତରରେ ୱାର୍କସେଡ୍ ନିର୍ମାଣ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ଦୁର୍ଘଟଣାଜନିତ ସଂପନ୍ନ ଅକ୍ଷମତା ଯୋଗୁ ହକରମାନଙ୍କୁ ଦେଢ଼ ଲକ୍ଷ ଟଙ୍କା, ଉଭୟ ଅଙ୍ଗ ହରାଇଥିବା ହକର ମାନଙ୍କୁ ୮୦ ହଜାର ଓ ଗୋଟିଏ ଅଙ୍ଗ ହରାଇଥିବା ହକର ମାନଙ୍କୁ ୪୦ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
