ଆସିଲା ଅକ୍ଟୋବର ଗାଇଡଲାଇନ୍, କଟକ-ଭୁବନେଶ୍ୱରରେ ରାତି ୮ଟାରୁ କର୍ଫ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସିଲା ଅକ୍ଟୋବର ମାସ ପାଇଁ ରାଜ୍ୟ ସରକାରଙ୍କ ଗାଇଡଲାଇନ୍। ପାର୍ବଣ୍ୟ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଗାଇଡଲାଇନ୍ ଜାରି କରିଛନ୍ତି। ଏହି ନିର୍ଦ୍ଦେଶାବଳୀ ଅକ୍ଟୋବର ୧ରୁ ନଭେମ୍ବର ୧ ତାରିଖ ଯାଏ ବଳବତ୍ତର ରହିବ। ଏ ନେଇ ଏସଆରସି ପ୍ରଦୀପ ଜେନା ରାଜ୍ୟବାସୀଙ୍କୁ ସୂଚନା ଦେଇଛନ୍ତି। ଏସଆରସି କହିଛନ୍ତି ଯେ ଆଗକୁ ପୂଜା ପର୍ବପାବଣ୍ୟ ଆସୁଛି। ତେଣୁ ଏଥିପାଇଁ ସତର୍କ ରହିବା ନିହାତି ଦରକାର। ବିଶେଷକରି ଭିଡ଼ ନକରିବା ଏବଂ […]

src-pradeep-jena

src-pradeep-jena

Ranjit Kumar Jena
  • Published: Thursday, 30 September 2021
  • Updated: 30 September 2021, 09:48 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସିଲା ଅକ୍ଟୋବର ମାସ ପାଇଁ ରାଜ୍ୟ ସରକାରଙ୍କ ଗାଇଡଲାଇନ୍। ପାର୍ବଣ୍ୟ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଗାଇଡଲାଇନ୍ ଜାରି କରିଛନ୍ତି। ଏହି ନିର୍ଦ୍ଦେଶାବଳୀ ଅକ୍ଟୋବର ୧ରୁ ନଭେମ୍ବର ୧ ତାରିଖ ଯାଏ ବଳବତ୍ତର ରହିବ। ଏ ନେଇ ଏସଆରସି ପ୍ରଦୀପ ଜେନା ରାଜ୍ୟବାସୀଙ୍କୁ ସୂଚନା ଦେଇଛନ୍ତି। ଏସଆରସି କହିଛନ୍ତି ଯେ ଆଗକୁ ପୂଜା ପର୍ବପାବଣ୍ୟ ଆସୁଛି। ତେଣୁ ଏଥିପାଇଁ ସତର୍କ ରହିବା ନିହାତି ଦରକାର। ବିଶେଷକରି ଭିଡ଼ ନକରିବା ଏବଂ ଭିଡ଼ ଭିତରକୁ ନଯିବା ପାଇଁ ସେ କହିଛନ୍ତି।

ସେପ୍ଟେମ୍ବର ମାସରେ ରାଜ୍ୟ ସରକାରଙ୍କ ଦ୍ୱାରା ଜାରି ହୋଇଥିବା ଗାଇଡଲାଇନରେ ବିଶେଷ ପରିବର୍ତ୍ତନ ହୋଇନାହିଁ। କେବଳ କଟକ ଓ ଭୁବନେଶ୍ୱର ସହର ପାଇଁ କଟକଣା ସାମାନ୍ୟ କଡ଼ାକଡ଼ି କରାଯାଇଛି। କଟକ ଓ ଭୁବନେଶ୍ୱର ଅକ୍ଟୋବର ୧୧ ତାରିଖରୁ ୨୦ ଯାଏ ରାତି ୮ଟାରୁ ସକାଳ ୫ଟା ଯାଏ କର୍ଫ୍ୟୁ ରହିବ। ଅର୍ଥାତ୍ ଏହି ଦୁଇଟି ଜିଲ୍ଲାର ସହରାଞ୍ଚଳରେ ରାତି ୮ଟାରୁ ଦୋକାନ ବଜାର ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ଏସଆରସି।

ସେହିପରି ସମସ୍ତ ପୌରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ବଳବତ୍ତର ରହିବ। ପୌରାଞ୍ଚଳରେ ଅକ୍ଟୋବର ମାସ ତମାମ ରାତି ୧୦ରୁ ସକାଳ ୫ଟା ଯାଏ ନାଇଟ୍ କର୍ଫ୍ୟୁ ରହିବ। ପୂଜା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଏହି ଗାଇଡଲାଇନ୍ ଜାରି କରାଯାଇଛି।

ସେହିପରି ସେପ୍ଟେମ୍ବର ମାସ ପାଇଁ ବିବାହ ଓ ଅନ୍ତେଷ୍ଟି ଆଦି ଉପରେ ରହିଥିବା କଟକଣାକୁ ରାଜ୍ୟ ସରକାର ବଳବତ୍ତର ରଖିଛନ୍ତି। ବିବାହ, ବ୍ରତ ଓ ଅନ୍ତେଷ୍ଟି, ଶୁଦ୍ଧି କ୍ରିୟା ଆଦିରେ ଅତିଥି, ବରପକ୍ଷ, କନ୍ୟାପକ୍ଷ ଆଦି ସମସ୍ତଙ୍କୁ ମୋଟ ୨୫୦ଜଣ ସାମିଲ ହୋଇପାରିବେ। ସେହିଭଳି ବିବାହ ଉତ୍ସବରେ ବର ଶୋଭାଯାତ୍ରାରେ ଯାଇପାରିବ। ବ୍ୟାଣ୍ଡ-ବାଜା ସହ ବର ସହ ସର୍ବାଧିକ ୫୦ଜଣ ଲୋକ ରୋଷଣୀ କରି ଯାଇପାରିବେ। କୋଭିଡ୍ ନିୟମ ମାନି ସମସ୍ତେ ମାସ୍କ ପିନ୍ଧିବା ମଧ୍ୟ ଜରୁରୀ। ଯଦି କେହି ଏହି ନିୟମକୁ ଉଲ୍ଲଘଂନ କରିବେ ତାହା ଧର୍ତ୍ତବ୍ୟ ଅପରାଧ ଭାବେ ବିବେଚନା କରାଯିବ।

ସେହିପରି ମଲ, ସିନେମା ହଲ୍ ଆଦି ଖୋଲା ରହିବ। ସମସ୍ତ ରାଜନୀତିକ, ସାମାଜିକ, ସାଂସ୍କୃତିକ ଓ ଧାର୍ମିକ ଆଦି କାର୍ଯ୍ୟକ୍ରମ ଉପରେ ପୂର୍ବବତ କଟକଣା ବଳବତ୍ତର ରହିବ। ପ୍ରେକ୍ଷାଳୟ, ସମ୍ମିଳନୀ କକ୍ଷ ଗୁଡ଼ିକରେ କେବଳ ସରକାରୀ କାର୍ଯ୍ୟକ୍ରମ ହୋଇପାରିବ। ସମ୍ପୃକ୍ତ ସମ୍ମିଳନୀ କକ୍ଷର ସିଟ୍ କ୍ଷମତା ଅନୁସାରେ ଲୋକେ ସାମିଲ ହୋଇପାରିବେ ଓ ସମସ୍ତଙ୍କୁ କୋଭିଡ୍ ନିୟମ ମାନିବାକୁ ପଡ଼ିବ। ଏସବୁ ପ୍ରେକ୍ଷାଳୟ ଓ ସମ୍ମିଳନୀ କକ୍ଷରେ ରାଜନୀତିକ, ସାମାଜିକ, ସାଂସ୍କୃତିକ ଓ ଧାର୍ମିକ ସଭାସମିତି ପାଇଁ ଅନୁମତି ଦିଆଯିବ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos