‘କୋଭିଡ ବିପଦ ଦୂର ହୋଇନାହିଁ, ଅଧିକ ସତର୍କତା ଜରୁରୀ’ 

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଭିଡ୍‌ ବିପଦ ଦୂର ହୋଇନାହିଁ। ଅଧିକ ସତର୍କତା ଜରୁରୀ। ରାଜ୍ୟରେ କୋଭିଡ୍‌ ସ୍ଥିତି ସମୀକ୍ଷା କରିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ ଏହା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଗତ କିଛି ସପ୍ତାହ ହେଲା ରାଜ୍ୟରେ କରୋନା ପଜିଟିଭିଟି ହାର କମିଛି। ହେଲେ କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି। ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ ତଥାପି ଆତ୍ମସନ୍ତୋଷ ନୁହେଁ। ଅଧିକ ସତର୍କତା ଆମକୁ ସୁରକ୍ଷିତ ରଖିବ। ତେଣୁ […]

Naveen Pattnaik

Manoranjan Sial
  • Published: Friday, 23 July 2021
  • , Updated: 23 July 2021, 06:44 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଭିଡ୍‌ ବିପଦ ଦୂର ହୋଇନାହିଁ। ଅଧିକ ସତର୍କତା ଜରୁରୀ। ରାଜ୍ୟରେ କୋଭିଡ୍‌ ସ୍ଥିତି ସମୀକ୍ଷା କରିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ ଏହା କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଗତ କିଛି ସପ୍ତାହ ହେଲା ରାଜ୍ୟରେ କରୋନା ପଜିଟିଭିଟି ହାର କମିଛି। ହେଲେ କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି। ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ ତଥାପି ଆତ୍ମସନ୍ତୋଷ ନୁହେଁ। ଅଧିକ ସତର୍କତା ଆମକୁ ସୁରକ୍ଷିତ ରଖିବ। ତେଣୁ ଲୋକମାନେ ଯେପରି ଅଯଥାରେ ଗହଳି ନ କରିବେ, ତାକୁ ଦୃଷ୍ଟିରେ ରଖି କୋଭିଡ୍‌ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବିଶେଷଜ୍ଞଙ୍କର ମତକୁ ଉଦ୍ଧାର କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଯଦି ଅଗଷ୍ଟ ଶେଷ ବେଳକୁ ତୃତୀୟ ଲହର ଆସେ, ସେଥିପାଇଁ ଆମକୁ ଏହାର ପୂର୍ଣ୍ଣ ପ୍ରସ୍ତୁତିର ସହ ମୁକାବିଲା କରିବାକୁ ହେବ। ସ୍ୱାସ୍ଥ୍ୟସେବା  ରାଜ୍ୟ ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା। ସେଥିପାଇଁ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିର ସୁଦୃଢୀକରଣ ସହିତ ମାନବ ସମ୍ବଳ ବିନିଯୋଗ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଲୋକମାନେ ଯେପରି ବିନା କୌଣସି ଅସୁବିଧାରେ ସ୍ୱାସ୍ଥ୍ୟ ସେବା ପାଇପାରିବେ, ସେ ଦିଗରେ ଜିଲ୍ଲା ପ୍ରଶାସନ ଗୁରୁତ୍ୱ ଦେଉ। ପ୍ରତି ଜୀବନ ମୂଲ୍ୟବାନ। ଏହା ହେଉଛି ରାଜ୍ୟ ସରକାରଙ୍କର ସ୍ୱାସ୍ଥ୍ୟ ନୀତିର ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ତେଣୁ ଜିଲ୍ଲା ହସ୍ପିପିଟାଲଠାରୁ ଆରମ୍ଭ କରି ଚିଏଚ୍‌ସି ପର୍ଯ୍ୟନ୍ତ ଯେଭଳି ସ୍ୱାସ୍ଥ୍ୟସେବାରେ କୌଣସି ଅସୁବିଧା ନ ହୁଏ, ସେଥିପାଇଁ ଥାନା IICଙ୍କ ଠାରୁ ଆରମ୍ଭ କରି ବିଡିଓ, ଏସ୍‌ଡିପିଓ, ସବ୍‌କଲେକ୍ଟର, ଏସ୍‌ପି ଓ ଜିଲ୍ଲାପାଳ ସମସ୍ତେ ଏହାକୁ ସେମାନଙ୍କର ମୂଳ ଦାୟିତ୍ୱର ଅଂଶ ଭାବରେ ଜ୍ଞାନ କରି ଯତ୍ନବାନ ହେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

କୋଭିଡର ଦ୍ୱିତୀୟ ଲହର ସମୟରେ ମୁଖ୍ୟମନ୍ତ୍ରୀ ଗରିବ ଲୋକଙ୍କ ପାଇଁ ବିଶେଷତଃ ଛୋଟ ଚାଷୀ, ନିର୍ମାଣ ଶ୍ରମିକ, ଏମ୍‌ଜିଏନ୍‌ଆରଇଜିଏସ୍‌ ଶ୍ରମିକ, ଆଦିମ ଜନଜାତି ପରିବାର, ଅନୁସୂଚିତ ଜାତି, ଜନଜାତି ଛାତ୍ରଛାତ୍ରୀ ଓ ମିଶନ ଶକ୍ତିର ମାଆମାନଙ୍କ ପାଇଁ କୋଭିଡ ସହାୟତା ଘୋଷଣା କରାଯାଇଛି। ରାଜ୍ୟ ସରକାରଙ୍କର ୧୦ଟି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମରେ ଏହି ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ କରାଯାଇଛି। ଏପର୍ଯ୍ୟନ୍ତ ଉପରୋକ୍ତ ବର୍ଗର ଲୋକମାନଙ୍କୁ ୨୦୦୪ କୋଟି ଟଙ୍କା ପର୍ଯ୍ୟନ୍ତ ସହାୟତା ପ୍ରଦାନ କରାଯାଇଛି ବୋଲି ବୈଠକରୁ ଜଣାଯାଇଛି।

ବୈଠକରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର, ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ କମିଶନର ପି.କେ. ଜେନା ପ୍ରମୁଖ ଉପସ୍ଥିତ ଥିଲେ।

Related story