ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାର ମୁକାବିଲା ପାଇଁ ସରକାରଙ୍କୁ ସହଯୋଗର ହାତ ବଢାଇଛି ରେଳ ବିଭାଗ। ପାଞ୍ଚ ହଜାର ରେଲୱେ କୋଚକୁ କୋଭିଡ୍ କେୟାର ସେଣ୍ଟରରେ ପରିବର୍ତ୍ତନ କରାଯାଇଛି। ଭୁବନେଶ୍ୱର ଓ ଖୋର୍ଦ୍ଧାରେ କୋଭିଡ୍ କେୟାର କୋଚ୍ ପାଇଁ ରେଳ ବିଭାଗ ପକ୍ଷରୁ ସ୍ୱାସ୍ଥ୍ୟକର୍ମୀ ଯୋଗାଇ ଦିଆଯାଇଛି। ସମ୍ବଲପୁର, ଟିଟଲାଗଡ, କଣ୍ଟାବାଞ୍ଚି, ରାୟଗଡା, କୋରାପୁଟ, ଝାରସୁଗୁଡା ଓ ରାଉରକେଲାରେ କୋଚ୍ ପ୍ରସ୍ତୁତ ପାଇଁ ଯୋଜନା ରହିଛି। ଏଥିପାଇଁ ନୋଡାଲ ଅଫିସର ନିଯୁକ୍ତି ଲାଗି ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛି ରେଳ ମନ୍ତ୍ରାଳୟ।
ସାମାନ୍ୟ କିମ୍ବା ଅତି ସାମାନ୍ୟ ଲକ୍ଷଣ ଥିବା ଲୋକଙ୍କୁ ଏହି କୋଚରେ ରଖାଯିବ ବୋଲି ସୂଚନା ମିଳିଛି। ଯେଉଁ ରାଜ୍ୟମାନଙ୍କରେ କୋଭିଡ୍ ଆକ୍ରାନ୍ତଙ୍କ ପାଇଁ ପର୍ଯ୍ୟାପ୍ତ ଚିକିତ୍ସା ସୁବିଧା ଉପଲବ୍ଧ ନ ଥିବ, ସେହି ରାଜ୍ୟମାନେ ଏହି କୋଚ୍ଗୁଡ଼ିକୁ ବ୍ୟବହାର କରିପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।