କଟକ(ଓଡ଼ିଶା ରିପୋର୍ଟର): କୋଭିଡ୍କୁ ହରାଇବା ପାଇଁ କଟକ ଏସ୍ସିବି କୋଭିଡ୍ ମେଡିକାଲ୍ରେ ଭର୍ତ୍ତି ହୋଇଥିଲେ ଅନନ୍ତ ଚରଣ ସାହୁ। ହେଲେ ଏବେ ମେଡିକାଲ୍ରୁ ନିଖୋଜ ହୋଇଯାଇଛନ୍ତି। ଏ ସମ୍ପର୍କରେ ଜାଣିବା ପରେ ବାପାଙ୍କୁ ଚାରିଆଡ଼େ ଖୋଜୁଛି ପୁଅ। ବାପାଙ୍କୁ ନପାଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ପୁଅ।
ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ୍ ଛପଡ଼ା ଗାଁର ଅନନ୍ତ ଚରଣ ସାହୁ କୋଭିଡ୍ରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ଗତ ୨୫ ତାରିଖରେ ଏସ୍ସିବି ମେଡ଼ିକାଲର କୋଭିଡ୍ ୱାର୍ଡରେ ଭର୍ତ୍ତି କରାଯାଇଥିଲା। ଘର ଲୋକେ ତାଙ୍କୁ ମେଡ଼ିକାଲରେ ଭର୍ତ୍ତି କରିବା ପରେ ଗାଁକୁ ଫେରିଯାଇଥିଲେ। ହେଲେ ଗତ ୨୮ ତାରିଖରୁ ପରିବାର ଲୋକେ ଖବର ପାଇଲେ ଅନନ୍ତ ଚରଣ ସାହୁ ଏସ୍ସିବି କୋଭିଡ୍ ୱାର୍ଡରୁ କେଉଁ ଆଡେ ପଳାଇ ଯାଇଛନ୍ତି। ବହୁତ ଖୋଜା ଖୋଜି ପରେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳି ନାହିଁ। ଏନେଇ ଅନନ୍ତ ଚରଣ ସାହୁଙ୍କ ପୁଅ ଦୀପକ ମେଡ଼ିକାଲ୍ ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।