ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) କରୋନା କଟକଣା ଭିତରେ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ତା ପୂର୍ବରୁ ଆଜିଠାରୁ ଆରମ୍ଭ ହୋଇଛି କୋଭିଡ ଟେଷ୍ଟ । ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଆଜି ନିଜର କୋଭିଡ୍ ଟେଷ୍ଟ କରାଇଛନ୍ତି ।
ଆସନ୍ତା ୨୫ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ । ବିଧାନସଭା ୩୦ ତାରିଖରେ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଏହାବାଦ ଆସନ୍ତାକାଲି ପୌର ନିର୍ବାଚନ ଥିବାରୁ ବିଧାୟକମାନେ ନିଜ ନିଜ କ୍ଷେତ୍ରରେ ନିର୍ବାଚନୀ କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ତେଣୁ ସେମାନେ ଚାହିଁଲେ ଜିଲ୍ଲା ସ୍ତରରେ ଟେଷ୍ଟ କରି ରିପୋର୍ଟ ଦେଇପାରିବେ । ଏଥିପାଇଁ ଜିଲ୍ଲା ପ୍ରଶାସନକୁ ଅବଗତ କରାଯାଇଥିବା ବାଚସ୍ପତି ସୂଚନା ଦେଇଛନ୍ତି ।
ଏଥିସହ ସେ କହିଛନ୍ତି, ଆସନ୍ତା ୨୫ ତାରିଖରୁ ବିଧାନସଭା ବସିବ । ତେଣୁ ଏହା ପୂର୍ବରୁ ଆଜିଠୁ କୋଭିଡ ଟେଷ୍ଟ ଆରମ୍ଭ ହୋଇଛି । ସବୁ ବିଧାୟକ, ବିଧାୟିକା, ମନ୍ତ୍ରୀ, ବିଧାନସଭା କର୍ମଚାରୀ, ଅଫିସର, ମିଡିଆ ଷ୍ଟାଫ ସମସ୍ତଙ୍କର ଆରଟିପିସିଆର, ଆଣ୍ଟିଜେନ୍ ଟେଷ୍ଟ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜେ ରଚିଥିଲେ ନିଜ ହତ୍ୟା ନାଟକ; ୩ ମାସ ପରେ ମାଡ଼ି ବସିଲା ପୁଲିସ୍
ରୋଜଗାରଠୁ ବଳିଗଲା ଖର୍ଚ୍ଚ। ଠିକ୍ ସମୟରେ ଦେଇ ହେଲାନି କିସ୍ତି ଟଙ୍କା। ଏଥିସହ ସବୁବେଳେ ଅପଦସ୍ଥ ହେବାକୁ ବି ଭଲ ଲାଗିଲାନି। ତେଣୁ ଏଥିରେ ଯବନିକା ପକାଇବାକୁ ମାଇକ୍ରୋ ଫାଇନାନ୍ସ କର୍ମଚାରୀଜଣକ କଲେ ସାଂଘାତିକ ଷଡଯନ୍ତ୍ର ।
Politics
‘୧୫ ଦିନରେ ସରିବ ସୁଭଦ୍ରା ଯାଞ୍ଚ; ଯୋଗ୍ୟ ମହିଳା ପାଇବେ ଟଙ୍କା’
୨୧ ବର୍ଷ ପୂରିଥିଲ ‘ସୁଭଦ୍ରା’ ଆବେଦନ କରିପାରିବେ। ଯେଉଁମାନଙ୍କର ଏହି ମାସରେ ୨୧ ବର୍ଷ ପୂରିଥିବ ସେ ବି ସୁଭଦ୍ରା ପାଇଁ ଆବେଦନ କରି ପାରିବେ। ଆବେଦନ କଲେ ସୁଭଦ୍ରା ଟଙ୍କା ପାଇପାରିବେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ।
Crime
ଝିଅ ମୃତ୍ୟୁ ପରେ ମୁଣ୍ଡ ପିଟୁଛି ମା’; କହିଲା- ଯିଏ ନେଇଥିଲା, ସିଏ ଆସିଲେ ଉଠିବ ମୃତଦେହ
‘ମୋ’ ଝିଅ ୮ ମାସ ହେବ ଘରୁ ଚାଲି ଯାଇଥିଲା। ଗାଁର ଜଣେ ଯୁବକ ତାକୁ ନେଇ ଯାଇଥିଲା। ମାତ୍ର ଏବେ ତା’ ମୃତଦେହ ପାଇଲୁ। ତେଣୁ ସେ ଯାହା ସହ ଯାଇଥିଲା, ସେ ନ ଆସିବା ପର୍ଯ୍ୟନ୍ତ ଝିଅର ଶବ ପଡ଼ି ରହିବ ।’
Crime
ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ଓଡ଼ିଆ ଶ୍ରମିକ; ମା’ ଆଣିଲେ ହତ୍ୟା ଅଭିଯୋଗ
ଗତ ୨୩ ତାରିଖରେ ଗଣେଶ ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିଲେ।
Miscellaneous
ସୀମାରେ ଅଟକିଛି ଶହ ଶହ ଆଳୁ ବୋଝେଇ ଟ୍ରକ୍; ଛାଡ଼ୁନି ପଶ୍ଚିମବଙ୍ଗ ସରକାର
ବୁଧବାର ରାତିରୁ ଲକ୍ଷ୍ମଣନାଥ ଟୋଲ ଗେଟ୍ରୁ ୨୫ କିମି ଦୂରରେ ତଥା ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି।