ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭା ମୌସୁମୀ ଅଧିବେଶ ପାଇଁ ଆଜି ସକାଳ ୮ଟାରୁ ସମସ୍ତ ସଦସ୍ୟ ଓ କର୍ମଚାରୀଙ୍କର ଆରମ୍ଭ ହୋଇଛି କରୋନା ଟେଷ୍ଟ । ଏଥିପାଇଁ ବିଧାନସଭା ପରିସରରେ ହୋଇଛି ସ୍ୱତନ୍ତ୍ର ବ୍ୟବସ୍ଥା। ଆଜିଠୁ ୩ ଦିନ ଧରି ବିଧାନସଭା ପରିସରରେ ଟେଷ୍ଟ କରାଯିବ । ପରୀକ୍ଷାରେ ଯେଉଁମାନଙ୍କ ରିପୋର୍ଟ ନେଗେଟିଭ ଆସିବ ସେମାନଙ୍କୁ ହିଁ ବିଧାନସଭା ଭିତରକୁ ପ୍ରବେଶ ପାଇଁ ଅନୁମତି ମିଳିବ ।
ମନ୍ତ୍ରୀ, ବିଧାୟକ ଓ ବିଧାନସଭାର ସମସ୍ତ କର୍ମଚାରୀ କରୋନା ଟେଷ୍ଟ କରାଇବେ । ଗତକାଲି ହୋଇଥିବା ସର୍ବଦଳୀୟ ବୈଠକରେ ବାଚସ୍ପତି ଏହି ସୂଚନା ଦେଇଥିଲେ। ଆସନ୍ତା ୨୯ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?
Events & Festivals
ମହାରାଜ କଂସଙ୍କ ନିମନ୍ତ୍ରଣ, ଧନୁଯାତ୍ରା ଦେଖିବାକୁ ଯିବେ ମୁଖ୍ୟମନ୍ତ୍ରୀ
ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ସାମିଲ ହେବାକୁ ସନ୍ଧ୍ୟାରେ ବରଗଡ଼ରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ l
Miscellaneous
ନକ୍ସଲ ଡମ୍ପ ଠାବ; ବନ୍ଧୁକ ଓ ଗୁଳି ଜବତ
ସାଧାରଣ ଲୋକଙ୍କୁ ଅବା ସୁରକ୍ଷା କର୍ମଚାରୀଙ୍କୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ନକ୍ସଲମାନେ ଏହି ଡମ୍ପକୁ ବ୍ୟବହାର କରିଥା’ନ୍ତେ ବୋଲି ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ମାଲକାନଗିରି ଏସ୍ପି।
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।