ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟାଇନ୍ରୁ ୧୭୩ ଓ ଲୋକାଲ କଣ୍ଟାକ୍ଟ ୧୫୧ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଟ୍ୱିଟ୍ କରିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
https://twitter.com/bmcbbsr/status/1296792555900739585?s=20
ରାଜମହଲ ଛକ ଏମ୍ଏଲ୍ଏ କ୍ୱାର୍ଟର୍ସ ଅଞ୍ଚଳରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭୁବନେଶ୍ୱରର ୮ ଟ୍ରାଫିକ ଷ୍ଟାଫ୍ ମଧ୍ୟ କରୋନାରେ ସଂକ୍ରମିତ ହୋଇଛି। ଶିଖରଚଣ୍ଡି ଅଞ୍ଚଳରୁ ୬, ନୟାପଲ୍ଲୀରୁ ୫, ପାତ୍ରପଡ଼ାରୁ ୫, ପଟିଡକରୁ ୬, ସହିଦ ନଗରରୁ ୬ ଲୋକାଲ କେସ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ବିଏମ୍ସି ଅଞ୍ଚଳରୁ ୬୭୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦୬୧ ଜଣ ଅରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୨୬୧୮ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Politics
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର! ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ
ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିପାରେ କ୍ଷୀର। ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍ ଯୋଗାଇବାକୁ ରାଜ୍ୟ ସରକାର ଏପରି ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛନ୍ତି।
Politics
“ପ୍ରତି ପଞ୍ଚାୟତରେ ଖୋଲିବ ଆୟୁଷ୍କାନ ଆରୋଗ୍ୟ ମନ୍ଦିର”
ଏତେ ବଡ଼ ଯୋଜନାରୁ ପୂର୍ବରୁ ଓଡ଼ିଶାବାସୀଙ୍କୁ ବଞ୍ଚିତ ରଖାଯାଇଥିଲା ଏବେ ସେମାନଙ୍କୁ ନ୍ୟାୟ ମିଳିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।