/odisha-reporter/media/post_attachments/uploads/2020/12/corona-death.jpg)
deceased person
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି କରୋନା ନେଲା ମୁଣ୍ଡ । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କିମିଛି କିନ୍ତୁ ବ୍ରେକ ଲାଗୁନି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୩ ଜଣ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୪୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
Advertisment
ମୃତକଙ୍କ ମଧ୍ୟରେ ବାଲେଶ୍ୱରରୁ ଜଣେ, ଖୋର୍ଦ୍ଧାରୁ ଜଣେ ଓ ସୁନ୍ଦରଗଡରୁ ଜଣେ ଅଛନ୍ତି । ଏମାନେ ସମସ୍ତ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି ।
ରାଜ୍ୟରେ ଏଯାଏଁ ମୋଟ ୩୨୭୨୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୩୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୨୩୪୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
