ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ହୀରାକୁଦ ଡ୍ୟାମର ସ୍ଥିତି ନେଇ ପୁଣି ଥରେ ସୃଷ୍ଟି ହୋଇ ପ୍ରଶ୍ନବାଚୀ। ଡ୍ୟାମର ବିଭିନ୍ନ ସ୍ଥାନରେ ଫାଟ ଥିବା ନେଇ ରିପୋର୍ଟ ପରେ ବଢ଼ିଲା ଚର୍ଚ୍ଚା। ଅପରେସନ ଗ୍ୟାଲେରୀ, ଫାଉଣ୍ଡେସନ ଗ୍ୟାଲେରୀରେ ରହିଛି ଫାଟ। ଉଭୟ ବାମ ଓ ଦକ୍ଷିଣ ସ୍ପିଲେୱେ ଗେଟ୍ ସାଫ୍ଟ, ସ୍ଲୁଇସ୍ ବ୍ୟାରେଲରେ ଫାଟ ରହିଛି। ତୁରନ୍ତ ଏକ୍ସପର୍ଟ ପ୍ୟାନେଲ ଦ୍ୱାରା ଡ୍ୟାମ୍ ନିରୀକ୍ଷଣ କରିବାକୁ ମହାନଦୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କୁ ଚିଠି ଲେଖିଛି।
୨୦୨୦ ମସିହାରେ Dam Safety Review Panel (DSRP) ଟିମ୍ ଯାଞ୍ଚ କରି ଅଧିକ ଅନୁଧ୍ୟାନ ପାଇଁ କହିଥିଲେ। ସ୍ପିଲୱେ ତଳମୁଣ୍ଡ ଯାଞ୍ଚ ଡ୍ରୋନ ଦ୍ୱାରା କରିବାକୁ ପରାମର୍ଶ ଦେଇଥିଲେ। ଅଣ୍ଡରୱାଟର ଭିଡିଓଗ୍ରାଫି କରିବାକୁ ମଧ୍ୟ ପରାମର୍ଶ ଦେଇଥିଲେ। ପ୍ରତି ୫ ବର୍ଷରେ ଥରେ ସର୍ଭେ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଥିଲା। ତେବେ ୧୯୯୯ ପରଠାରୁ ଆ ସର୍ଭେ କରାଯାଇନଥିବା ଜଣାପଡ଼ିଛି। ତେଣୁ ତୁରନ୍ତ ଏକ୍ସପର୍ଟ ପ୍ୟାନେଲ ଦ୍ୱାରା ସର୍ଭେ କରିବାକୁ ମୁଖ୍ୟଯନ୍ତ୍ରୀଙ୍କୁ ଚିଠି ଲେଖିଛି ମହାନଦୀ ବେସିନ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।