ନୂଆପଡ଼ା(ମାୟାଧର ସରାଫ): କ୍ରେନ୍ ତଳେ ଦୀର୍ଘ ଘଣ୍ଟାଏ କାଳ ଚାପି ହୋଇଗଲେ ୨ ବାଇକ୍ ଆରୋହୀ। ବହୁ କଷ୍ଟରେ ଉଭୟଙ୍କୁ ଉଦ୍ଧାର କରାଯାଇଥିବା ବେଳେ ସେମାନେ ସୁରକ୍ଷିତ ଥିବା ଜଣାଯାଇଛି। ଏପରି ଅଭାବନୀୟ ଘଟଣା ଆଜି ସକାଳେ ନୂଆପଡା ଜିଲ୍ଲା ଖଡ଼ଇାଳ ବୋଡେନ ଛକରେ ଘଟିଯାଇଛି। ଆହତଦ୍ୱୟ ହେଲେ ଖଡିଆଳର ରୋମାଞ୍ଚଲ ସାହୁ ଏବଂ ମଣ୍ଡୋସିଲ ଗାଁର କାହ୍ନୁ ସାହୁ ।
ଆଜି ସକାଳେ ରୋମାଞ୍ଚଲ ଓ କାହ୍ନୁ ବାଇକ୍ରେ ଯାଉଥିଲେ। ମାତ୍ର ଖଡିଆଳର ବୋଡେନ ଛକରେ ଏକ କ୍ରେନ୍ ସେମାନଙ୍କ ବାଇକ୍କୁ ଧକ୍କା ଦେଇଥିଲା । ଫଳରେ ବାଇକ୍ ଆରୋହୀ ୨ ଜଣ କ୍ରେନ୍ ତଳେ ପଶି ଯାଇଥିଲେ ।
ଖବର ପାଇ ପୁଲିସ, ଅଗ୍ନିଶମ ବିଭାଗ ଓ ସାଧାରଣ ଲୋକଙ୍କ ଉଦ୍ୟମରେ ଘଣ୍ଟାଏ ପରେ ୨ ଯୁବକଙ୍କୁ ଉଦ୍ଧାର କରାଯାଇଛି । ସେମାନଙ୍କ ମଧ୍ୟରୁ ରୋମାଞ୍ଚଳ ଅଳ୍ପ ଆହତ ହୋଇ ଥିବା ବେଳେ କାହ୍ନୁଙ୍କ ଗୋଡରେ ଗୁରୁତର ଆଘାତ ଲାଗିଛି । ଉଭୟଙ୍କୁ ଖଡିଆଳ ମିଶନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଦୁର୍ଘଟଣା ଯୋଗୁ ଘଣ୍ଟାଏ କାଳ ରାସ୍ତାରେ ଯାନବାହାନ ଚଳାଚଳ ବନ୍ଦ ରହିଥିଲା । ପରେ ଏହା ସ୍ୱାଭାବିକ ହୋଇଥିଲା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
Politics
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ବିଜେଡି ଓ ବିଜେପି ପୁଣି ମୁହାଁମୁହିଁ ହୋଇଛନ୍ତି। ବିଜେଡି ପ୍ରେସମିଟ୍ କରି ପୁଲିସ ଉପରେ ଦୋଷ ଲଦିଥିବାବେଳେ କାଉଣ୍ଟର କରିଛି ବିଜେପି।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।